ଦିନକରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ
Advertisement

ଦିନକରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ

ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ଟପିଲା

ଦିନକରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ସମଗ୍ର ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ପାର୍ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨ ହଜାର ୫୩୮ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ ଏହା ସର୍ବାଧିକ । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । 

ଦେଶରେ ଏପର୍ଯ୍ୟନ୍ତ ୨୦ଲକ୍ଷ ୨୭ ହଜାର ୭୫ ଜଣ ଆକ୍ରାନ୍ତ ଚିହ୍ନଟ ହେଲେଣି । ସେହିପରି ୪୧ହଜାର ୫୮୫ଜଣଙ୍କ ମୃତ୍ୟୁ ମଧ୍ୟ ହେଲାଣି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ଲକ୍ଷ ୭୮ହଜାର ୧୦୬ଜଣ ସୁସ୍ଥ ହୋଇ ସାରିଛନ୍ତି । ଏବେ ୬ଲକ୍ଷ ୭ ହଜାର ୩୮୪ଟି ଆକ୍ଟିଭ କେସ ରହିଛି । 

ଏବେ ନଜର ପକାଇବା ବିଶ୍ୱବ୍ୟାପୀ କୋରୋନା ଆକ୍ରାନ୍ତଙ୍କ ସ୍ଥିତି ଉପରେ । ସମଗ୍ର ବିଶ୍ୱରେ ଏପର୍ଯ୍ୟନ୍ତ ୧କୋଟି ୯୨ଲକ୍ଷ ୫୭ହଜାର ୭୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୭ଲକ୍ଷ ୧୭ହଜାର ୬୮୭ ଜଣଙ୍କ ମୃତ୍ୟୁ ମଧ୍ୟ ହେଲାଣି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ୧କୋଟି ୨୩ଲକ୍ଷ ୫୭ହଜାର ୬୬୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୬୧ଲକ୍ଷରୁ ଉର୍ଦ୍ଧ୍ୱ ଆକ୍ଟିଭ କେସ ରହିଛି ।