• ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
  • IPL 2020: ଆଜି ଆରସିବି - ମୁମ୍ବାଇ ମୁହାଁମୁହିଁ
  • କଟକଣା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା ଓ ନାମଲେଖା
  • ବିଜୁ ଯୁବ ଜନତା ଦଳର ଜେନେରାଲ ସେକ୍ରେଟାରୀ ଭାବେ ନିଯୁକ୍ତି ପାଇଥିବା କଳ୍ପତରୁ ଓଝାଙ୍କୁ ନିଲମ୍ବିତ କଲେ ସଭାପତି ନବୀନ ପଟ୍ଟନାୟକ ।
  • କଟକରେ ଭାଙ୍ଗିଲା ରେଳବାଇ କ୍ରସିଂ ଆଙ୍ଗେଲ୍‌, ୧୬ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ।
  • ଆଠଗଡ଼ରେ ଥିବା ସିମେଣ୍ଟ କାରଖାନାରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ
  • ବିଧାନସଭା ଆରମ୍ଭ ହେବା ପୂର୍ବରୁ ବିଜେଡ଼ି ବିଧାୟକ ଦଳ ବୈଠକ
  • ହାଇକୋର୍ଟରେ ଯାଜପୁର ବିରଜା ମନ୍ଦିର ରଥଯାତ୍ରା ମାମଲା । ଜିଲ୍ଲାପାଳ ଓ ଏସପିଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ । ଅକ୍ଟୋବର ୮କୁ ଘୁଞ୍ଚିଲା ଶୁଣାଣୀ ।
  • ଉଲ୍ଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କ ନିୟମିତ ଜାମିନ ଖାରଜ ।
  • ୩ ମାସ ପାଇଁ ଅନ୍ତରୀଣ ଜାମିନ ମଞ୍ଜୁର, ୧ ଅକ୍ଟେବରରୁ ୩ ମାସ ଅନ୍ତରୀଣ ଜାମିନରେ ଦୀପକ ।

ୟେଦୁରପ୍ପାଙ୍କ ୬ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ

ମୁଖ୍ୟମନ୍ତ୍ରୀଙ୍କ ୬ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ ଆସିଥିବା ସୂତ୍ର ଅନୁସାରେ ଜଣାପଡ଼ିଛି ।

ୟେଦୁରପ୍ପାଙ୍କ ୬ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ
ଫାଇଲ ଫଟୋ

ନୂଆଦିଲ୍ଲୀ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପା(Yediyurappa) କୋରୋନା ଆକ୍ରାନ୍ତ ହେବା ପରେ ଏବେ ତାଙ୍କର ୬ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି । ଏମାନଙ୍କ ମଧ୍ୟରେ ଗନମ୍ୟାନ, ଡ୍ରାଇଭର ଏବଂ ଘରେ କାମ କରୁଥିବା ଚାକର ମଧ୍ୟ ରହିଛନ୍ତି । ଗତ ରବିବାର ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପାଙ୍କ ରିପୋର୍ଟ ପଜିଟିଭ ଆସିଥିଲା । ଆଉ ଏହା ପରେ ଅଫିସର ସମସ୍ତ କର୍ମଚାରୀଙ୍କ ସ୍ୱାବ ଟେଷ୍ଟ କରାଯାଇଥିଲା । 

ମୁଖ୍ୟମନ୍ତ୍ରୀଙ୍କ ୬ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ ଆସିଥିବା ସୂତ୍ର ଅନୁସାରେ ଜଣାପଡ଼ିଛି । ସେହିପରି କୋରୋନା ଆକ୍ରାନ୍ତ ହୋଇଥିବା ମୁଖ୍ୟମନ୍ତ୍ରୀ ୟେଦୁରପ୍ପା ଓ ତାଙ୍କ ଝିଅଙ୍କ ଚିକିତ୍ସା ଆରମ୍ଭ ହୋଇଛି । ଅନ୍ୟପଟେ ୟେଦୁରପ୍ପାଙ୍କ ପୁଅଙ୍କ କୋରୋନା ରିପୋର୍ଟ ନେଗେଟିଭ ଆସିଛି । ସେପଟେ ଗତ ଜୁଲାଇ ୩୧ରେ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପାଙ୍କ ସଂସ୍ପର୍ଶରେ ଆସିଥିବା କର୍ଣ୍ଣାଟକ ରାଜ୍ୟପାଳ ବଜୁଭାଇ ବା‌ଲା ଓ ଗୃହମନ୍ତ୍ରୀ ବସବରାଜ ବୋମ୍ମଇଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଥିଲା । 

କହିରଖୁଛୁ, ଏବେ ୟେଦୁରପ୍ପାଙ୍କ ଚିକିତ୍ସା ମନୀପାଲ ହସ୍ପିଟାଲରେ ଚାଲିଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, ''ତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ଚିନ୍ତା କରିବାର କୌଣସି କାରଣ ନାହିଁ । ସେ ଠିକ ଅଛନ୍ତି । ଆଉ ଖୁବଶୀଘ୍ର ସୁସ୍ଥ ହୋଇ ଫେରିବେ ।''

ସୂଚନାଯୋଗ୍ୟ, କୋରୋନା ଆକ୍ରାନ୍ତ ହେବାରେ ୟେଦୁରପ୍ପା ହେଉଛନ୍ତି ଦ୍ୱିତୀୟ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ରିପୋର୍ଟ ମଧ୍ୟ ପଜିଟିଭ ଆସିଥିଲା ।