ଅବପାତରେ ପରିଣତ ହେଲା ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ, ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା!
Advertisement

ଅବପାତରେ ପରିଣତ ହେଲା ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ, ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା!

ସମୁଦ୍ର ଅଶାନ୍ତ ଓ ସର୍ବାଧିକ ୬୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି। 

ଅବପାତରେ ପରିଣତ ହେଲା ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ, ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର: ଅବପାତ (Depression) ରୂପ ନେଲା ଲଘୁଚାପ (Low Pressure) । ବଙ୍ଗୋପ ସାଗର (Bay of Bengal) ଠାରେ ସୃଷ୍ଟି ହୋଇଥିବା ଲଘୁଚାପ ରବିବାର (ଅକ୍ଟୋବର ୧୧, ୨୦୨୦) ସକାଳ ସାଢେ ୫ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର (Western Central Bay of Bengal) ଅଞ୍ଚଳରେ ଅବପାତରେ ପରିଣତ ହୋଇଛି । ଏହା ଆହୁରି ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଗଭୀର ଅବପାତ (Deep Depression) ରୂପ ନେବାର ସମ୍ଭାବନା ରହିଛି ।

ଯାହା ଦକ୍ଷିଣ- ଦକ୍ଷିଣପୂର୍ବ ଦିଗ (South-SouthEast) ରେ ବିଶାଖାପଟ୍ଟନମ (Visakhapatnam) ଠାରୁ ୪୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ୧୨ ତାରିଖ ରାତି ସୁଦ୍ଧା ଆନ୍ଧ୍ର ଉପକୂଳ (Andhra Coast) ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୨ ଘଣ୍ଟା ଭିତରେ ମାଲକାନାଗିରି, ରାୟଗଡା, କୋରାପୁଟ, ଗଞ୍ଜାମ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟଲୋ ୱାର୍ଣ୍ଣିଂ (Yellow Warning) ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Regional Metrological Centre) । 

ସେହିପରି ଆସନ୍ତାକାଲି ଦକ୍ଷିଣ ଉପକୂଳ (South Coast), ଉତ୍ତର ଓଡିଶା (Northern Odisha) ର କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ (Orange Warning) ଏବଂ ୯ ଜିଲ୍ଲା ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ଦକ୍ଷିଣ ଉପକୂଳ ଓଡିଶାରେ ପବନର ବେଗ ୪୫-୫୫ କିଲୋମିଟର ବେଗରେ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି । 

ସମୁଦ୍ର ଅଶାନ୍ତ ଓ ସର୍ବାଧିକ ୬୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି । ସେପଟେ ଲଘୁଚାପ ଜନିତ ବର୍ଷାର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।