Jammu Mini Bus Accident: ବୁଧବାର ଜାମୁ କାଶ୍ମୀରର ପୁଞ୍ଚ ଜିଲ୍ଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ମିନି ବସ ଜିଲ୍ଲାର ମଣ୍ଡି ତହସିଲ ଅଧିନସ୍ଥ ସାବଜିୟାଁ ଠାରେ ଏକ ଖାଲରେ ଖସି ପଡ଼ିଥିଲା। ଏହି ଦୁର୍ଘଟଣାରେ ୧୧-୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣରୁ ଅଧିକ ଲୋକ ଆହତ ହୋଇଛନ୍ତି। ମିନି ବସ ଦୁର୍ଘଟଣାରେ ଜାମୁ କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ବର୍ଗଙ୍କୁ ୫ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର। 


COMMERCIAL BREAK
SCROLL TO CONTINUE READING

ଏନେଇ କୁହାଯାଉଛି ଯେ, ଦୁର୍ଘଟଣାଗ୍ରସ୍ତ ମିନି ବସ୍ ଜାମୁ କାଶ୍ମୀରର (Jammu Kashmir) ମଣ୍ଡି (Mandi) ଠାରୁ ସାବଜନ ଅଭିମୁଖେ ଯାତ୍ରା କରୁଥିଲା। ଯାତ୍ରା ସମୟରେ ହଠାତ୍ ଡ୍ରାଇଭର ବସ ଉପରୁ ନିୟନ୍ତ୍ରଣ ହରାଇବା ପରେ ବସ୍ ଖାଲରେ ଖସିପଡିଥିଲା। ଏହି ଦୁର୍ଘଟଣାରେ ଆହତଙ୍କୁ ମଣ୍ଡି ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ଘଟଣାସ୍ଥଳରେ ଉଦ୍ଧାର ଅଭିଯାନ ଜାରି ରହିଛି। ଦୁର୍ଘଟଣା ପରେ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଛି।


ରାଜ୍ୟରେ ହୋଇଥିବା ସଡକ ଦୁ୍ଘଟଣାରେ ଜାମୁ କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା (Jammu Kashmir Lieutenant Governor Manoj Sinha) ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ବର୍ଗଙ୍କୁ ୫ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ପ୍ରଦାନ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଉପରାଜ୍ୟପାଳ। ଏନେଇ ଟ୍ୱିଟ୍ କରି ସେ କହିଛନ୍ତି, 'ଦୁର୍ଘଟଣାରେ କିଛି ଲୋକ ହଠାତ୍ ପ୍ରାଣ ହରାଇଛନ୍ତି। ଇଶ୍ବର ସେମାନଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ଏବଂ ସମସ୍ତ ମୃତକଙ୍କ ପରିବାର ପ୍ରତି ସମବେଦନା। 


Also Read: Himachal Pradesh Bus Accident: ଖାଇରେ ଖସି ପଡ଼ିଲା ବସ, ୨୦ ମୃତ


 


ଅନ୍ୟପଟେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ (President Draupadi Murmu) ଜାମୁ କାଶ୍ମୀରର ପୁଞ୍ଚ ଜିଲ୍ଲାରେ (Poonch District) ହୋଇଥିବା ସଡ଼କ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସାବଜିୟାଁ ଠାରେ ଘଟିଥିବା ଯନ୍ତ୍ରଣାଦାୟକ ସଡ଼କ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। ମୋର ସମବେଦନା ଓ ପ୍ରାର୍ଥନା ଶୋକସନ୍ତପ୍ତ ପରିବାର ସହିତ ଅଛି। ମୁଁ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। 


ପୂର୍ବରୁ ହିମାଚଳ ପ୍ରଦେଶର କୁଲୁ ଜିଲ୍ଲାରେ ଘଟିଯାଇଥିଲା ଏକ ବଡ଼ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ସ୍କୁଲ ପିଲାଙ୍କ ସମେତ ୨୦ ଜଣରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିତିଲା। ଅନ୍ୟପଟେ ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିବା କୁହାଯାଇଥିଲା। ଜିଲ୍ଲାର ସାଇନଜ ଉପତ୍ୟକାରେ ଏକ ବସ୍ ଖସି ପଡିଥିଲା। ​​ଯେଉଁଥିରେ ସ୍କୁଲ ପିଲା ରହିଥିଲେ।