ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha1301604

ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Rate 14 August 2022: ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 14 August 2022: ଆଜି (ରବିବାର) ଅର୍ଥାତ ଅଗଷ୍ଟ ୧୪ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ଲଗାତର ୮୫ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପଟେ ଆଜି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ସ୍ଥିର ରହିଛି । ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୯୮.୯୪ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୨.୫୫ ଡଲାରରେ ରହିଛି । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ଅନ୍ୟପକ୍ଷେ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦରରେ ହ୍ରାସ ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୪୭ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୫.୦୩ ଟଙ୍କା ଥିଲା । 

ଏହା ବି ପଢ଼ନ୍ତୁ:-କାହିଁକି ଅଗଷ୍ଟ ୧୪ରେ ସ୍ୱାଧୀନତା ଦିବସ ପାଳନ କରେ ପାକିସ୍ତାନ? ଜାଣନ୍ତୁ ଏହା ପଛର କାରଣ

ଏହା ବି ପଢ଼ନ୍ତୁ:-'ଆପଣଙ୍କ ଗିରିରାଜଙ୍କ ପରି ମୋର ଲଲନ, ଚିନ୍ତା କରନ୍ତୁନି'; ଜାଣନ୍ତୁ ଅମିତ ଶାହଙ୍କୁ କେମିତି ଅନ୍ଧାରରେ ରଖିଥିଲେ ନୀତିଶ କୁମାର

ଏହା ବି ପଢ଼ନ୍ତୁ:-ଋଷଭ ପନ୍ତଙ୍କୁ ଉର୍ବଶୀ ରୌତେଲାଙ୍କ ଜବାବ! ଛୋଟୁ ଭାଇ ବ୍ୟାଟ୍ ବଲ୍ ଖେଳନ୍ତୁ, ମୁଁ ମୁନ୍ନି ନୁହେଁ ଯେ ବଦନାମ ହୋଇଯିବ…ଡାର୍ଲିଙ୍ଗ୍

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।