ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement

ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Rate 17 August 2022: ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 17 August 2022: ଆଜି (ବୁଧବାର) ଅର୍ଥାତ ଅଗଷ୍ଟ ୧୭ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ଲଗାତର ୮୭ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ସେପଟେ ଆଜି ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ଲଗାତର ହ୍ରାସ ଘଟିବାରେ ଲାଗିଛି । ଆଜି ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୯୨.୫୦ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୮୬.୮୪ ଡଲାରକୁ ଖସି ଆସିଛି । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ଅନ୍ୟପକ୍ଷେ ରାଜଧାନୀ  ଭୁବନେଶ୍ୱରରେ ତୈଳ ଦରରେ ହ୍ରାସ ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୧ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୬୮ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୭୬ ଟଙ୍କା ଥିଲା । 

ଏହା ବି ପଢ଼ନ୍ତୁ:-ଋଷ ଓ ଆମେରିକା ବିବାଦ ମଧ୍ୟରେ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଯଦି ପରମାଣୁ ଯୁଦ୍ଧ ହୁଏ ତ ମରିବେ ୫୦୦ କୋଟିରୁ ଅଧିକ ଲୋକ!

ଏହା ବି ପଢ଼ନ୍ତୁ:-ଜିମ୍ବାୱେ ଗସ୍ତ ପୂର୍ବରୁ ଟିମ୍ ଇଣ୍ଡିଆରେ ବଡ଼ ପରିବର୍ତ୍ତନ, ଏହି ଖେଳାଳିଙ୍କ ହେଲା ଏଣ୍ଟ୍ରି

ଏହା ବି ପଢ଼ନ୍ତୁ:-ଏସିଆ କପରେ ଏହି ଦଳ ବିଗାଡ଼ିପାରେ ଟିମ୍ ଇଣ୍ଡିଆର ଖେଳ, ବହୁତ ସତର୍କ ରହିବା ଆବଶ୍ୟକ

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।