ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement

ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Rate 19 May 2022: ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 19 May 2022: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଦେଶରେ ଦେଢ଼ ମାସରୁ ପେଟ୍ରୋଲ ଓ ଡିଜେଲର ମୂଲ୍ୟ (Petrol-Diesel Price) ରେ ସ୍ଥିର ରହିଛି । ଆଜି (ଗୁରୁବାର) ଅର୍ଥାତ ମେ' ୧୯ରେ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ଗୁରୁବାର ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୧୦୫.୪୧ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୯୬ ଟଙ୍କା ୬୭ ପଇସା ରହିଛି ।  ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଆଜି କୌଣସି ବୃଦ୍ଧି ଘଟିନାହିଁ । କିନ୍ତୁ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୪.୪୧ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୨୦.୫୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୧୫.୧୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୧୦.୮୫ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୧୨.୫୦ ଟଙ୍କା ରହିଛି । ଗତକାଲି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୧୨.୯୪ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୯୬.୬୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୧୦୪.୭୭ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୯.୮୩ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୧୦୦.୯୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୧୦୨.୨୪ ଟଙ୍କାରେ ବିକ୍ରି ହେଉଛି । ସେପଟେ ଗତକାଲି ଗୋଟିଏ ଲିଟର ଡିଜେଲ ଦର ୧୦୨.୬୭ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ହିନ୍ଦୁ ଧର୍ମକୁ ନେଇ ଏ କ’ଣ କହିଗଲେ ଅଖିଳେଶ?

ଏହା ବି ପଢ଼ନ୍ତୁ:-ସାଧାରଣ ଜନତାଙ୍କୁ ଡବଲ ଝଟକା: ପୁଣି ବଢ଼ିଲା LPG ର ଦାମ୍, ଜାଣନ୍ତୁ ଆଜି କେତେ ଟଙ୍କା ମହଙ୍ଗା ହେଲା ସିଲିଣ୍ଡର

ଏହା ବି ପଢ଼ନ୍ତୁ:-ଦୁଷ୍କର୍ମ ପରେ ପୀଡ଼ିତାଙ୍କ କ'ଣ ପାଇଁ କରାଯାଇଥାଏ 'ଟୁ ଫିଙ୍ଗର ଟେଷ୍ଟ୍', ଜାଣନ୍ତୁ ଏହା ପଛର କାରଣ

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।