ଅର୍ଥମନ୍ତ୍ରୀଙ୍କ ବୟାନ ପରେ କେତେ କମିଲା ପେଟ୍ରୋଲ-ଡିଜେଲ ଦର? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement

ଅର୍ଥମନ୍ତ୍ରୀଙ୍କ ବୟାନ ପରେ କେତେ କମିଲା ପେଟ୍ରୋଲ-ଡିଜେଲ ଦର? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Today Petrol-Diesel Rate 1st August 2022: ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । 

ଅର୍ଥମନ୍ତ୍ରୀଙ୍କ ବୟାନ ପରେ କେତେ କମିଲା ପେଟ୍ରୋଲ-ଡିଜେଲ ଦର? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 1st August 2022: ଜୁଲାଇ ମଧ୍ୟଭାଗରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବଡ଼ ବୟାନ ଦେଇଥିଲେ । ସେ କହିଥିଲେ ଯେ, ପ୍ରତି ୧୫ ଦିନରେ ଅଶୋଧିତ ତୈଳ, ପେଟ୍ରୋଲ-ଡିଜେଲ ଏବଂ ବିମାନ ଇନ୍ଧନ (ATF) ଉପରେ ଲାଗୁ ହୋଇଥିବା ନୂତନ ଟିକସକୁ ସରକାର ସମୀକ୍ଷା କରିବେ । ଅଶୋଧିତ ମୂଲ୍ୟ ହ୍ରାସ ଓ ଅର୍ଥମନ୍ତ୍ରୀଙ୍କ ବୟାନ ପରେ ଘରୋଇ ବଜାରରେ ତେଲର ମୂଲ୍ୟ ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା । ତେବେ ଗତ ଦୁଇ ମାସରୁ ଅଧିକ ସମୟ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଆଜି (ଶନିବାର) ଅର୍ଥାତ ଜୁଲାଇ ୩୦ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ଲଗାତର ୭୧ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପଟେ ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ହ୍ରାସ ଘଟିଛି । ଆଜି ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୧୦୩.୩୪ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୭.୮୭ ଡଲାରରେ ପହଞ୍ଚିଛି । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ସେପଟେ ଆଜି ପୁଣି ରାଜଧାନୀ ଭୁବନେଶ୍ୱରରେ ଲଗାତର ତୃତୀୟ ଦିନ ପେଟ୍ରୋଲ ଓ ଡିଜେଲ ଦରରେ ହ୍ରାସ ଘଟିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୧ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୬୮ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୭୬ ଟଙ୍କା ଥିଲା । 

ଏହା ବି ପଢ଼ନ୍ତୁ:-ଖୁସି ଖବର ଦେଲେ ରେଳ ମନ୍ତ୍ରୀ, ଉପକୃତ ହେବେ ଓଡ଼ିଶାବାସୀ

ଏହା ବି ପଢ଼ନ୍ତୁ:-ସର୍ଭେ:ଲୋକସଭା ନିର୍ବାଚନରେ ରାଜସ୍ଥାନରେ ବିଜେପି ନା କଂଗ୍ରେସ, କାହାକୁ ମିଳିବ ଅଧିକ ଆସନ; ଜାଣନ୍ତୁ କ'ଣ ରହିଛି ଜନତାଙ୍କୁ ମୁଡ୍

ଏହା ବି ପଢ଼ନ୍ତୁ:-ଗୁଡ୍ ନ୍ୟୁଜ: LPG ସିଲିଣ୍ଡର ହେଲା ଶସ୍ତା, ଜାଣନ୍ତୁ ଆଜି କେତେ କମିଲା ରେଟ୍

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।