ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement

ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Rate 28 July 2022: ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 28 July 2022: ଆଜି (ଗୁରୁବାର) ଅର୍ଥାତ ଜୁଲାଇ ୨୮ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ଲଗାତର ୬୮ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ୧୦୦ ଡଲାର ପାର କରିଛି । ଆଜି ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୧୦୭ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୭.୮୩ ଡଲାରରେ ପହଞ୍ଚିଛି । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ସେପଟେ ଆଜି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦରରେ ହ୍ରାସ ଘଟିଛି । 

ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ  ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୫୪ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର  ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୫.୦୯ ଟଙ୍କା ଥିଲା । 

ଏହା ବି ପଢ଼ନ୍ତୁ:-ରେଲୱେ ବାତିଲ କଲା ଆହୁରି ୧୩୩ ଟ୍ରେନ୍, ଯାତ୍ରା କରିବା ପୂର୍ବରୁ ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ଏହା ବି ପଢ଼ନ୍ତୁ:-୫୨ ଲକ୍ଷ କେନ୍ଦ୍ର କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଖୁସି ଖବର, ଫିଟମେଣ୍ଟ ଫ୍ୟାକ୍ଟର୍ ଉପରେ ସହମତି! ବଢ଼ିବ ଦରମା

ଏହା ବି ପଢ଼ନ୍ତୁ:-ଏହି ୫ ରାଶିର ବ୍ୟକ୍ତିଙ୍କୁ ମାଲାମାଲ କରିଦେବ ଅଗଷ୍ଟ ମାସ, ୨୧ ଦିନ ପର୍ଯ୍ୟନ୍ତ ବର୍ଷିବ ଟଙ୍କା ହିଁ ଟଙ୍କା!

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।