ଲଗାତର ତୃତୀୟ ଦିନ ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement

ଲଗାତର ତୃତୀୟ ଦିନ ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Rate 29 July 2022: ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

ଲଗାତର ତୃତୀୟ ଦିନ ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 30 July 2022: ଆଜି (ଶନିବାର) ଅର୍ଥାତ ଜୁଲାଇ ୩୦ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ଲଗାତର ୭୦ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପଟେ ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ଲଗାତର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଅଶୋଧିତ ତୈଳ ଦର ୧୦୦ ଡଲାର ପାର କରିଛି । ଆଜି ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୧୦୮.୮୫ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୮.୩୧ ଡଲାରରେ ପହଞ୍ଚିଛି । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ସେପଟେ ଆଜି ପୁଣି ରାଜଧାନୀ ଭୁବନେଶ୍ୱରରେ ଲଗାତର ତୃତୀୟ ଦିନ ପେଟ୍ରୋଲ ଓ ଡିଜେଲ ଦରରେ ହ୍ରାସ ଘଟିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୦୧ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୧ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୫୮ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୬୮ ଟଙ୍କା ଥିଲା । 

ଏହା ବି ପଢ଼ନ୍ତୁ:-ସର୍ଭେ: ଯଦି ଆଜି ଲୋକସଭା ନିର୍ବାଚନ ହୁଏ ତ ବିଜେପି ଓ କଂଗ୍ରେସକୁ ମିଳିବ କେତେ ଆସନ? ପିଏମ ମୋଦିଙ୍କୁ କିଏ ଦେଉଛନ୍ତି ଟକ୍କର, ଜାଣନ୍ତୁ ସବୁକିଛି

ଏହା ବି ପଢ଼ନ୍ତୁ:-ସର୍ଭେ: ଯଦି ଆଜି ଲୋକସଭା ନିର୍ବାଚନ ହୁଏ ତ ଓଡ଼ିଶାରେ ନବୀନଙ୍କ ଚାଲିବ ଯାଦୁ ନା ବିଜେପି ମାରିବ ବାଜି, ଜାଣନ୍ତୁ କାହାକୁ ମିଳିବ କେତେ ଆସନ

ଏହା ବି ପଢ଼ନ୍ତୁ:-ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ତଥା ଅଭିନେତ୍ରୀ ଅର୍ପିତାଙ୍କ ଘରୁ ମିଳିଲା ସେକ୍ସ ଟୟ!

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।