)
ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଆଜି ଦେଶର ୪ଟି ମହାନଗର ଦିଲ୍ଲୀ, ମୁମ୍ୱାଇ, କୋଲକାତା, ଚେନ୍ନାଇରେ ପେଟ୍ରୋଲ-ଡିଜେଲ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ହ୍ରାସ ଘଟିଛି ।
ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲ ମୂଲ୍ୟରେ ଯଥାକ୍ରମେ-୧୫ ପଇସା, ୧୪ ପଇସା, ୧୪ ପଇସା, ୧୩ ପଇସା,୫୬ ପଇସା ହ୍ରାସ କରିଛନ୍ତି । ସେହିପରି ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ଯଥାକ୍ରମେ-୧୯ ପଇସା, ୨୦ ପଇସା, ୧୯ ପଇସା, ୧୮ ପଇସା, ୬୦ ପଇସାର ହ୍ରାସ ଘଟିଛି ।
ଅଧିକ ପଢ଼ନ୍ତୁ:-ଉପନିର୍ବାଚନ ପୂର୍ବରୁ ବିଜେପିକୁ ଆଉ ଏକ ଝଟକା ଦେଲେ କମଲନାଥ
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୧.୪୦ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୮.୦୭ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୨.୯୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୪.୫୧ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ମଧ୍ୟ ପେଟ୍ରୋଲ ଲିଟର ପିଛା ୮୧.୭୮ ଟଙ୍କା ରହିଛି ।
ଅଧିକ ପଢ଼ନ୍ତୁ:-ମହାକାଶରୁ ମାଡ଼ି ଆସୁଛି ଆଉ ଏକ ବଡ଼ ସଙ୍କଟ !
ସେହିପରି ଡିଜେଲର ମୂଲ୍ୟ (Diesel Price) ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୭୨.୩୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୭୮.୮୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୫.୮୭ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୭.୭୯ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ଡିଜେଲ ମୂଲ୍ୟ ୭୮.୫୭ ଟଙ୍କା ରହିଛି ।