ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆଜିର ରେଟ୍

ତୈଳ କମ୍ପାନୀଗୁଡିକ ଗୁରୁବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୧୬ ପଇସା, ୧୫ ପଇସା, ୧୫ ପଇସା, ୨୮ ପଇସା ଏବଂ ୧୬ ପଇସା ହ୍ରାସ କରିଛନ୍ତି । ସେହିପରି ଦିଲ୍ଲୀ, ମୁମ୍ବାଇ, କୋଲକାତା , ଚେନ୍ନାଇରେ ଏବଂ ଭୁବନେଶ୍ୱରରେ ଡିଜେଲର ମୂଲ୍ୟ ଯଥାକ୍ରମେ ୧୦ ପଇସା, ୧୫ ପଇସା, ୧୪ ପଇସା, ୨୬ ପଇସା ଓ ୧୫ ପଇସା ହ୍ରାସ ପାଇଛି ।

ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ:  Today Petrol-Diesel Rate Aril 15th 2021: ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ଦରରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦୀର୍ଘ ୧୫ ଦିନ ପରେ ଦେଶରେ ପେଟ୍ରୋଲ-ଡିଜେଲ ଦରରେ ହ୍ରାସ ଘଟିଛି । ଏହାସହ ଏପ୍ରିଲ ମାସରେ ପ୍ରଥମ ଥର ପାଇଁ ତୈଳ ଦରରେ ହ୍ରାସ ରେକର୍ଡ କରାଯାଇଛି । ଆଜି (ଗୁରୁବାର) ପେଟ୍ରୋଲ-ଡିଜେଲ ଦରରେ ହ୍ରାସ ଘଟିଛି । ଗୁରୁବାର ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ହ୍ରାସ ଘଟିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ତୈଳ ଦରରେ ହ୍ରାସ ଦେଖାଦେଇଛି । 

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ବେତନରେ ହେବ ବମ୍ପର ବୃଦ୍ଧି, ୧୧ ପ୍ରତିଶତରୁ ଅଧିକ ମିଳିବ ମହଙ୍ଗା ଭତ୍ତା!

ତୈଳ କମ୍ପାନୀଗୁଡିକ ଗୁରୁବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୧୬ ପଇସା, ୧୫ ପଇସା, ୧୫ ପଇସା, ୨୮ ପଇସା ଏବଂ ୧୬ ପଇସା ହ୍ରାସ କରିଛନ୍ତି । ସେହିପରି ଦିଲ୍ଲୀ, ମୁମ୍ବାଇ, କୋଲକାତା , ଚେନ୍ନାଇରେ ଏବଂ ଭୁବନେଶ୍ୱରରେ ଡିଜେଲର ମୂଲ୍ୟ ଯଥାକ୍ରମେ ୧୦ ପଇସା, ୧୫ ପଇସା, ୧୪ ପଇସା, ୨୬ ପଇସା ଓ ୧୫ ପଇସା ହ୍ରାସ ପାଇଛି ।

ଅଧିକ ପଢ଼ନ୍ତୁ:-କୋରୋନା ଭୂତାଣୁକୁ ନେଇ ଆଉ ଏକ କଡ଼ା ଚେତାବନୀ ଜାରି କଲା WHO

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୦.୪୦ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୯୬.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୯୦.୬୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୨.୪୩ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୧.୧୨ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୦.୭୩ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୭.୮୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୩.୬୧ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୮୫.୭୫ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୮୭.୯୮ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଏହି ୪ଟି କାରଣରୁ ଭାରତରେ ତିନି ଗୁଣ ବଢ଼ିଛି କୋରୋନା ସଂକ୍ରମଣ, ସୁସ୍ଥ ହୋଇଥିବା ଲୋକଙ୍କୁ ପୁଣିଥରେ ସଂକ୍ରମିତ ହେବାର ଭୟ

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।