ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୧୪ ପଇସାର ବୃଦ୍ଧି ଘଟିଛି ।
Trending Photos
ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ତୈଳ ଦରରେ ବୃଦ୍ଧି ଦେଖାଦେଇଛି । କିନ୍ତୁ ଭାରତୀୟ ବଜାରରେ ଏହାର କୌଣସି ପ୍ରଭାବ ଦେଖିବାକୁ ମିଳିନାହିଁ । ଏହାସହ ଦେଶରେ କୋରୋନା ଯୋଗୁଁ ସଙ୍କଟର ସ୍ଥିତି ଜାରି ରହିଛି । ଆଜି ଅର୍ଥାତ ସୋମବାର ଦିଲ୍ଲୀ ସମେତ ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦରରେ କୌଣସି ବୃଦ୍ଧି ଘଟିନାହିଁ । ଅନ୍ୟପକ୍ଷେ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ରେକର୍ଡ କରାଯାଇଛି ।
ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୧୪ ପଇସାର ବୃଦ୍ଧି ଘଟିଛି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ୧୪ ପଇସାର ବୃଦ୍ଧି ଘଟିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୦.୪୩ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୭.୧୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୨.୦୫ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୩.୬୩ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୧.୧୭ ଟଙ୍କା ରହିଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୭୩.୫୬ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୦.୧୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୭.୦୪ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୮୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୮୦.୧୭ ଟଙ୍କା ଦରରେ ବିକ୍ରି ହେଉଛି ।