ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?
Advertisement
Article Detail0/zeeodisha/odisha1300288

ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?

Today Petrol-Diesel Rate 13 August 2022: ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?

ନୂଆଦିଲ୍ଲୀ: Today Petrol-Diesel Rate 13 August 2022: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଆଜି (ଶନିବାର) ଅର୍ଥାତ ଅଗଷ୍ଟ ୧୩ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ଲଗାତର ୮୪ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପଟେ ଆଜି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ହ୍ରାସ ବୃଦ୍ଧି ଲାଗି ରହିଛି । ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୯୮.୯୪ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୨.୫୫ ଡଲାରରେ ରହିଛି । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୪୭ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୮ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୫.୦୩ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୭୫ ଟଙ୍କା ଥିଲା । 

ଏହା ବି ପଢ଼ନ୍ତୁ:-'ଆପଣଙ୍କ ଗିରିରାଜଙ୍କ ପରି ମୋର ଲଲନ, ଚିନ୍ତା କରନ୍ତୁନି'; ଜାଣନ୍ତୁ ଅମିତ ଶାହଙ୍କୁ କେମିତି ଅନ୍ଧାରରେ ରଖିଥିଲେ ନୀତିଶ କୁମାର

ଏହା ବି ପଢ଼ନ୍ତୁ:-ଋଷଭ ପନ୍ତଙ୍କୁ ଉର୍ବଶୀ ରୌତେଲାଙ୍କ ଜବାବ! ଛୋଟୁ ଭାଇ ବ୍ୟାଟ୍ ବଲ୍ ଖେଳନ୍ତୁ, ମୁଁ ମୁନ୍ନି ନୁହେଁ ଯେ ବଦନାମ ହୋଇଯିବ…ଡାର୍ଲିଙ୍ଗ୍

ଏହା ବି ପଢ଼ନ୍ତୁ:-ସର୍ଭେ: ବିହାରରେ ସରକାର ପରିବର୍ତ୍ତନ ଯୋଗୁ ବିଜେପିକୁ ଝଟକା ତ କଂଗ୍ରେସକୁ ଲାଭ, ଆଜି ଲୋକସଭା ନିର୍ବାଚନ ହେଲେ ଏନଡିଏକୁ ମିଳିବ ଏତିକି ଆସନ

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।