ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆପଣଙ୍କ ସହରରେ ଶସ୍ତା ନା ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ
Advertisement

ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆପଣଙ୍କ ସହରରେ ଶସ୍ତା ନା ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ

Today Petrol-Diesel Rate 22nd July 2022: ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆପଣଙ୍କ ସହରରେ ଶସ୍ତା ନା ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ: Today Petrol-Diesel Rate 22nd July 2022: ଆଜି (ଶୁକ୍ରବାର) ଅର୍ଥାତ ଜୁଲାଇ ୨୨ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ଲଗାତର ୬୨ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ହ୍ରାସ ଘଟିଛି । ଆଜି ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୧୦୬.୩୫ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୧୦୪.୩ ଡଲାରରେ ରହିଛି  । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ସେପଟେ ଆଜି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୧ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୬୮ ଟଙ୍କା ଥିଲା । 

ଏହା ବି ପଢ଼ନ୍ତୁ:-ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନ ଜିତି ସୃଷ୍ଟି କଲେ ଏହି ପାଞ୍ଚଟି ଐତିହାସିକ ରେକର୍ଡ

ଏହା ବି ପଢ଼ନ୍ତୁ:-ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ହେବାରୁ ବିଜେପିକୁ ହେବ ଏସବୁ ଲାଭ, ବିରୋଧୀଙ୍କ ବଢ଼ିବ ସମସ୍ୟା!

ଏହା ବି ପଢ଼ନ୍ତୁ:-ଜାଣନ୍ତୁ ଦ୍ରୌପଦୀ ମୁର୍ମୁଙ୍କୁ ମିଳିଲା କେତେ ପ୍ରତିଶତ ଭୋଟ, ବିରୋଧୀ ଦଳର କେତେ ସାଂସଦ ଓ ବିଧାୟକ ତାଙ୍କ ସମର୍ଥନରେ କରିଛନ୍ତି ମତଦାନ

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।