ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement

ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Today Petrol-Diesel Rate 23rd June 2022: ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 23rd June 2022: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଆଜି (ଗୁରୁବାର) ଅର୍ଥାତ ଜୁନ ୨୩ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ସେପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ହ୍ରାସ ବୃଦ୍ଧି ଲାଗି ରହିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଗୁରୁବାର ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଆଜି କୌଣସି ପରିବର୍ତ୍ତନ ଘଟିନାହିଁ । ସେପଟେ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୧.୩୫ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୮ ଟଙ୍କା ରହିଛି । ଗତକାଲି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୩ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୨୮ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୫ ଟଙ୍କାରେ ବିକ୍ରି ହେଉଛି । ସେହିପରି ଗତକାଲି ଗୋଟିଏ ଲିଟର ଡିଜେଲ ଦର ୯୪.୬୮ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ପିତା ଯଶୱନ୍ତଙ୍କୁ ନା ଦ୍ରୌପଦୀ ମୁର୍ମୁଙ୍କୁ; ଜାଣନ୍ତୁ କାହାକୁ ସମର୍ଥନ କରିବେ ବିଜେପି ସାଂସଦ ଜୟନ୍ତ ସିହ୍ନା

ଏହା ବି ପଢ଼ନ୍ତୁ:-ବିଜେପିର ଦୂର ହେଲା ଟେନସନ୍, ଓଡ଼ିଶାର ଝିଅ ମୁର୍ମୁଙ୍କ ବିଜୟ ସୁନିଶ୍ଚିତ!

ଏହା ବି ପଢ଼ନ୍ତୁ:-କଂଗ୍ରେସ କାରଣରୁ ସିନ୍ଦେ ଶିବସେନା ବିରୁଦ୍ଧରେ କଲେ ବିଦ୍ରୋହ, ସାମ୍ନାକୁ ଆସିଲା ପୁରା ଘଟଣା

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।