ଅଶୋଧିତ ତୈଳ ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?
Advertisement

ଅଶୋଧିତ ତୈଳ ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?

Today Petrol-Diesel Rate 25 July 2022: ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । 

ଅଶୋଧିତ ତୈଳ ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?

ନୂଆଦିଲ୍ଲୀ: Today Petrol-Diesel Rate 25 July 2022: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଆଜି (ଶନିବାର) ଅର୍ଥାତ ଜୁଲାଇ ୨୫ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ଲଗାତର ୬୫ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ହ୍ରାସ ଘଟିଛି । ଆଜି ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୧୦୩.୨୦ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୫.୦୯ ଡଲାରରେ ରହିଛି  । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ସେପଟେ ଆଜି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୫୪ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୫.୦୯ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୭୬ ଟଙ୍କା ଥିଲା । 

ଏହା ବି ପଢ଼ନ୍ତୁ:-କ୍ଲାସ୍ ମନିଟରରୁ ରାଷ୍ଟ୍ରପତି ହେବେ ମୁର୍ମୁ: ଭୋର ୩.୩୦ରେ ଉଠି ଯାଆନ୍ତି, ଜାଣନ୍ତୁ କେମିତି ରହିଥାଏ ତାଙ୍କ ଦିନଚର୍ଯ୍ୟା

ଏହା ବି ପଢ଼ନ୍ତୁ:-ଆଜି ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ; ଓଡ଼ିଶାରୁ ସାମିଲ ହେବେ ୬୪ ଖାସ୍ ଅତିଥି

ଏହା ବି ପଢ଼ନ୍ତୁ:-ଆମେରିକାର ଏହି ପଦକ୍ଷେରୁ ବଢ଼ିଲା ସାରା ଦୁନିଆର ଟେନସନ୍, ଆହୁରି ଭୀଷଣ ହେବ ଋଷ-ୟୁକ୍ରେନ ଯୁଦ୍ଧ!

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।