ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha1286076

ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Today Petrol-Diesel Rate 3 August 2022: ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 3 August 2022: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଆଜି (ବୁଧବାର) ଅର୍ଥାତ ଅଗଷ୍ଟ ୩ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ଲଗାତର ୭୩ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ହ୍ରାସ ଘଟିଛି । ଆଜି ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୯୯.୬୦ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୩.୭୪ ଡଲାରରେ ପହଞ୍ଚିଛି । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ଅନ୍ୟପକ୍ଷେ ରାଜଧାନୀ ଭୁବନେଶ୍ୱରରେ  ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୬୦ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୦୧ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୫.୧୫ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୫୮ ଟଙ୍କା ଥିଲା । 

ଏହା ବି ପଢ଼ନ୍ତୁ:-ବଢ଼ିଲା ଯୁଦ୍ଧ ଆଶଙ୍କା, ତାଇୱାନ ଏୟାର ଡିଫେନ୍ସ ଜୋନରେ ପଶିଲା ଚୀନର ୨୧ ଯୁଦ୍ଧ ବିମାନ

ଏହା ବି ପଢ଼ନ୍ତୁ:-ଆଉ ଏକ ଯୁଦ୍ଧ, ନାନସୀ ପେଲୋସିଙ୍କ ଗସ୍ତ ଯୋଗୁଁ ତାଇୱାନକୁ ଭୋଗିବାକୁ ପଡ଼ିବ ଭୟଙ୍କର ପରିଣାମ! ଚୀନ ନେଇପାରେ ଏହି ୬ଟି ଆକ୍ରମଣାତ୍ମକ ପଦକ୍ଷେପ

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।