ନୂଆଦିଲ୍ଲୀ: Today Petrol-Diesel Rate 8 September 2022: ଘରୋଇ ବଜାରରେ ପେଟ୍ରୋଲ-ଡିଜେଲ ମୂଲ୍ୟ (Petrol Diesel Price) ରେ ପ୍ରାୟ ସାଢ଼େ ତିନି ମାସ ଧରି କୌଣସି ପରିବର୍ତ୍ତନ ଘଟିନାହିଁ । କିନ୍ତୁ ଅଶୋଧିତ ତୈଳ ରେକର୍ଡ ସ୍ତରକୁ ଖସି ଆସିଛି । ଅଶୋଧିତ ତୈଳ ଦର (Crude Oil Price) ରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ବିଶେଷଜ୍ଞମାନେ ଆଶା କରୁଛନ୍ତି ଯେ, ପାର୍ବଣ ଋତୁରେ ଜନସାଧାରଣଙ୍କୁ ବଡ଼ ରିହାତି ମିଳିପାରେ । ପେଟ୍ରୋଲ ଓ ଡିଜେଲର ମୂଲ୍ୟ ଲିଟର ପିଛା ୨ରୁ ୩ ଟଙ୍କା ହ୍ରାସ କରାଯାଇପାରେ ବୋଲି ଆଶା କରାଯାଉଛି । ଆଜି (ଗୁରୁବାର)  ଅର୍ଥାତ ସେପ୍ଟେମ୍ୱର ୮ ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ପ୍ରାୟ ୮୮.୩୪ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୮୨.୩୪ ଡଲାରକୁ ଖସି ଆସିଛି । 


COMMERCIAL BREAK
SCROLL TO CONTINUE READING

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ଆଜି ଭୁବନେଶ୍ୱରରେ ତୈଲ ଦରରେ ବୃଦ୍ଧି ଘଟିଛି ।


ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୩.୧୯ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୬୩ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୦୧ ଟଙ୍କା ଥିଲା ।


ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୫.୧୮ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୫୮  ଟଙ୍କା ଥିଲା । 


ଅଧିକ ପଢ଼ନ୍ତୁ:-୫୨ ଲକ୍ଷ କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସି ଖବର, ଫିଟମେଣ୍ଟ ଫ୍ୟାକ୍ଟରକୁ ନେଇ ଆସିଲା ବଡ଼ ଅପଡେଟ୍; ଏତେ ବଢ଼ିବ ଦରମା!


ଜାଣନ୍ତୁ ଆପଣଙ୍କ ସହରର ରେଟ୍


ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।


ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx


ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।