ସାଧାରଣ ଜନତାଙ୍କୁ ଝଟକା: ପୁଣି ମହଙ୍ଗା ହେଲା ତୈଳ ଦର, ଜାଣନ୍ତୁ ଆଜିର ରେଟ୍
Advertisement

ସାଧାରଣ ଜନତାଙ୍କୁ ଝଟକା: ପୁଣି ମହଙ୍ଗା ହେଲା ତୈଳ ଦର, ଜାଣନ୍ତୁ ଆଜିର ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ସାଧାରଣ ଜନତାଙ୍କୁ ଝଟକା: ପୁଣି ମହଙ୍ଗା ହେଲା ତୈଳ ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 22 June 2021: ଗତକାଲି ଅର୍ଥାତ ସପ୍ତାହର ପ୍ରଥମ ଦିନ ତୈଳ ଦର ଅପରିବର୍ତ୍ତିତ ରହିଥିବାବେଳେ ଆଜି (ମଙ୍ଗଳବାର) ପୁଣି ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧି ଘଟିଛି । ବୈଶ୍ୱିକ ବଜାରରେ ତୈଳ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରରେ ପେଟ୍ରୋଲ ଓ ଡିଜେଲ ଦର ରେକର୍ଡ ସ୍ତରରେ ପହଞ୍ଚିଛି । ମୁମ୍ୱାଇ, ହାଇଦ୍ରାବାଦ, ବେଙ୍ଗାଲୁରୁ, ଜୟପୁର ଓ ଭୋପାଳ ପରି ଦେଶର ଅନେକ ସହରରେ ପେଟ୍ରୋଲ ଦର ୧୦୦ ଟଙ୍କା ପାର କରିସାରିଛି । ସେପଟେ ରାଜସ୍ଥାନରେ ପେଟ୍ରୋଲ ଓ ଡିଜେଲ ଶହେ ଟଙ୍କା ଅତିକ୍ରମ କରିସାରିଛି । ଆଜି ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧ ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ତୈଳ ଦର ସାମାନ୍ୟ ହ୍ରାସ ଘଟିଛି ।  

ଅଧିକ ପଢ଼ନ୍ତୁ:-ପିଏମ ମୋଦିଙ୍କୁ ଅପେକ୍ଷା କରାଇଥିବା ମମତାଙ୍କ ମୁଖ୍ୟ ପରାମର୍ଶଦାତା ଅଲପନ ବନ୍ଦୋପାଧ୍ୟାୟଙ୍କ ବିରୋଧରେ ଏହି ଆକ୍ସନ ନେବେ କେନ୍ଦ୍ର ସରକାର

ତୈଳ କମ୍ପାନୀଗୁଡିକ ମଙ୍ଗଳବାର ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୨୮ ପଇସା, ୨୭ ପଇସା, ୨୬ ପଇସା ଓ ୨୫ ପଇସା ବୃଦ୍ଧି କରିଛନ୍ତି । ସେପଟେ ଭୁବନେଶ୍ୱରରେ ପେଟ୍ରୋଲ ମୂଲ୍ୟରେ ୩ ପଇସା ହ୍ରାସ ଘଟିଛି । ଅନ୍ୟପଟେ ଦିଲ୍ଲୀ, ମୁମ୍ବାଇ,  କୋଲକାତା ଏବଂ ଚେନ୍ନାଇରେ ଡିଜେଲର ମୂଲ୍ୟ ଯଥାକ୍ରମେ ୨୬ ପଇସା, ୨୮ ପଇସା, ୨୬ ପଇସା ଓ ୨୫ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଡିଜେଲ ଦରରେ ୨ ପଇସାର ହ୍ରାସ ରେକର୍ଡ କରାଯାଇଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୭.୫୦ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୩.୬୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୯୭.୩୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୮.୬୫ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୮.୨୭ ଟଙ୍କା ରହିଛି ।  ସେହିପରି ହାଇଦ୍ରାବାଦରେ ଲିଟର ପିଛା ପେଟ୍ରୋଲ ମୂଲ୍ୟ ୧୦୧.୩୩ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୦.୭୬ ଦରରେ ବିକ୍ରି  ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୪.୧୭ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍! ରେଲୱେ ଘୋଷଣା କଲା ଆହୁରି ୪୨ଟି ଟ୍ରେନ୍, ଦେଖନ୍ତୁ ପୁରା ଲିଷ୍ଟ୍

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୨୩ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୫.୭୨ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୦୮ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୨.୮୩ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୯୬.୧୫ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ୟୁପି ବିଧାନସଭା ନିର୍ବାଚନ: ଫାଇନାଲ୍ ହେଲା କଂଗ୍ରେସର ୫୦ ପ୍ରାର୍ଥୀ!

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।