ପୁଣି ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜି କେତେ ବଢ଼ିଲା ରେଟ୍
Advertisement

ପୁଣି ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜି କେତେ ବଢ଼ିଲା ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ପୁଣି ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜି କେତେ ବଢ଼ିଲା ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 24 June 2021: ବୁଧବାର ତୈଳ ଦର ଅପରିବର୍ତ୍ତିତ ରହିଥିବାବେଳେ ଆଜି (ଗୁରୁବାର) ପୁଣି ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେପଟେ ବଜାରରେ ତୈଳ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରରେ ପେଟ୍ରୋଲ ଓ ଡିଜେଲ ଦର ରେକର୍ଡ ସ୍ତରରେ ପହଞ୍ଚିଛି । ମୁମ୍ୱାଇ, ହାଇଦ୍ରାବାଦ, ବେଙ୍ଗାଲୁରୁ, ଜୟପୁର ଓ ଭୋପାଳ ପରି ଦେଶର ଅନେକ ସହରରେ ପେଟ୍ରୋଲ ଦର ୧୦୦ ଟଙ୍କା ପାର କରିସାରିଛି । ସେପଟେ ରାଜସ୍ଥାନରେ ପେଟ୍ରୋଲ ଓ ଡିଜେଲ ଶହେ ଟଙ୍କା ଅତିକ୍ରମ କରିସାରିଛି । ଆଜି ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧ ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ତୈଳ ଦରରେ ମଧ୍ୟ ବୃଦ୍ଧି ଘଟିଛି ।

ଅଧିକ ପଢ଼ନ୍ତୁ:-ଭାଙ୍ଗିଲା କୋହଲିଙ୍କ ସ୍ୱପ୍ନ, ଏପର୍ଯ୍ୟନ୍ତ ତାଙ୍କ ଅଧିନାୟକତ୍ୱରେ କୌଣସି ICC ଟାଇଟଲ୍ ଜିତି ପାରିନାହିଁ ଭାରତ

ତୈଳ କମ୍ପାନୀଗୁଡିକ ଗୁରୁବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୨୬ ପଇସା, ୨୬ ପଇସା, ୨୫ ପଇସା, ୨୩ ପଇସା ଏବଂ ୫୯ ପଇସା ବୃଦ୍ଧି କରିଛନ୍ତି । ସେହିପରି ଦିଲ୍ଲୀ, ମୁମ୍ବାଇ,  କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ଡିଜେଲର ମୂଲ୍ୟ ଯଥାକ୍ରମେ ୭ ପଇସା, ୭ ପଇସା, ୭ ପଇସା, ୬ ପଇସା ଏବଂ ୪୦ ପଇସା ବୃଦ୍ଧି ପାଇଛି ।

ଅଧିକ ପଢ଼ନ୍ତୁ:-ଆସୁଛି କୋରୋନାର 'ସୁପର ଭ୍ୟାକ୍ସିନ୍', ନା ରହିବ ଭାରିଆଣ୍ଟର ଚିନ୍ତା, ନା ରହିବ ମହାମାରୀର ବିପଦ!

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୭.୭୬ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୩.୮୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୯୭.୬୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୮.୮୮ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୮.୮୫ ଟଙ୍କା ରହିଛି ।  ସେହିପରି ହାଇଦ୍ରାବାଦରେ ଲିଟର ପିଛା ପେଟ୍ରୋଲ ମୂଲ୍ୟ ୧୦୧.୬୦ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୧.୦୩ ଦରରେ ବିକ୍ରି  ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୪.୨୦ ଟଙ୍କା ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୩୦ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୫.୭୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୧୫ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୨.୮୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୯୬.୫୪ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଦଶମ ପାସ୍ ଛାତ୍ରଛାତ୍ରୀ ବିନା ପରୀକ୍ଷାରେ ରେଲୱେରେ ପାଇପାରିବେ ଚାକିରି; ଆବେଦନ କରିବାର ଶେଷ ତାରିଖ ଆସନ୍ତାକାଲି, ଶୀଘ୍ର କରନ୍ତୁ ଅପ୍ଲାଇ

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।