ପୁଣି ତୈଳ ଦରରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍
Advertisement

ପୁଣି ତୈଳ ଦରରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

Today Petrol-Diesel Rate May 25th 2021: ଦେଶରେ ଆଜି (ମଙ୍ଗଳବାର) ପୁଣି ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ମେ ମାସରେ ତୈଳ ଦରରେ ଏହା ୧୩ ଥର ବୃଦ୍ଧି ଘଟିଛି । ଯାହା ପରେ ଦ

ପୁଣି ତୈଳ ଦରରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate May 25th 2021: ଦେଶରେ ଆଜି (ମଙ୍ଗଳବାର) ପୁଣି ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ମେ ମାସରେ ତୈଳ ଦରରେ ଏହା ୧୩ ଥର ବୃଦ୍ଧି ଘଟିଛି । ଯାହା ପରେ ଦେଶର ଅନେକ ସହରରେ ପେଟ୍ରୋଲ ଦର ୧୦୦ ପାର କରିସାରିଛି । ମଙ୍ଗଳବାର ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧ ଘଟିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ତୈଳ ଦର ମଧ୍ୟ ବୃଦ୍ଧି ଘଟିଛି । 

ଅଧିକ ପଢ଼ନ୍ତୁ:-LIC ଅଛି ତ ହୋଇଯାଆନ୍ତୁ ସାବଧାନ, ନ ହେଲେ ବୁଡ଼ି ଯିବ ଆପଣଙ୍କ ଟଙ୍କା!

ତୈଳ କମ୍ପାନୀଗୁଡିକ ମଙ୍ଗଳବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୨୩ ପଇସା, ୨୨ ପଇସା, ୨୨ ପଇସା, ୨୦ ପଇସା ଓ ୪୧ ପଇସା ବୃଦ୍ଧି କରିଛନ୍ତି । ସେହିପରି ଦିଲ୍ଲୀ, ମୁମ୍ବାଇ,  କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ଡିଜେଲର ମୂଲ୍ୟ ଯଥାକ୍ରମେ ୨୫ ପଇସା, ୨୭ ପଇସା, ୨୫ ପଇସା, ୨୪ ପଇସା ଏବଂ ୪୪ ପଇସା ବୃଦ୍ଧି ପାଇଛି । 

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଖୁସି ଖବର!

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୩.୪୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୯୯.୭୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୯୩.୪୯ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୫.୦୬ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୪.୧୬ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୪.୩୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୧.୫୭ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୭.୧୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୮୯.୧୧ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୯୧.୮୭ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ରେଲୱେ ବାତିଲ କଲା ଆହୁରି ୨୧ଟି ପ୍ରମୁଖ ଟ୍ରେନ୍, ଯାତ୍ରା କରିବା ପୂର୍ବରୁ ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।