ରେକର୍ଡ଼ ସ୍ତରରେ ତୈଳ ଦର: ବିଭିନ୍ନ ସହରରେ ଲିଟର ପିଛା ୧୦୦ ଟଙ୍କା ପାର କଲା ପେଟ୍ରୋଲ
Advertisement
Article Detail0/zeeodisha/odisha913335

ରେକର୍ଡ଼ ସ୍ତରରେ ତୈଳ ଦର: ବିଭିନ୍ନ ସହରରେ ଲିଟର ପିଛା ୧୦୦ ଟଙ୍କା ପାର କଲା ପେଟ୍ରୋଲ

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ରେକର୍ଡ଼ ସ୍ତରରେ ତୈଳ ଦର: ବିଭିନ୍ନ ସହରରେ ଲିଟର ପିଛା ୧୦୦ ଟଙ୍କା ପାର କଲା ପେଟ୍ରୋଲ

ନୂଆଦିଲ୍ଲୀ: Today Petrol-Diesel Rate 4 June 2021: ଦେଶରେ ପୁଣି ପେଟ୍ରୋଲ-ଡିଜଲ ଦର (Petrol-Diesel Rate) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ଦର (Crued Oil) ରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ମୁମ୍ୱାଇ ଓ ଜୟପୁର ସମେତ ଦେଶର ଅନେକ ସହରରେ ପେଟ୍ରୋଲ ଦର ୧୦୦ ଟଙ୍କା ପାର କରିସାରିଛି । ଆଜି (ଗୁରୁବାର) ପୁଣି ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି । ଗୁରୁବାର ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧ ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ତୈଳ ଦର ମଧ୍ୟ ବୃଦ୍ଧି ଘଟିଛି ।  

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍! ୨୪ଟି ପାସେଞ୍ଜର ଟ୍ରେନ ଚଳାଇବାକୁ ଘୋଷଣା କଲା ରେଲୱେ, ଦେଖନ୍ତୁ ପୁରା ଲିଷ୍ଟ୍

ତୈଳ କମ୍ପାନୀଗୁଡିକ ଗୁରୁବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୨୭ ପଇସା, ୨୬ ପଇସା, ୨୬ ପଇସା, ୧୫ ପଇସା ଓ ୨୭ ପଇସା ବୃଦ୍ଧି କରିଛନ୍ତି । ସେହିପରି ଦିଲ୍ଲୀ, ମୁମ୍ବାଇ,  କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ଡିଜେଲର ମୂଲ୍ୟ ଯଥାକ୍ରମେ  ୨୪ ପଇସା, ୩୦ ପଇସା, ୨୮ ପଇସା, ୧୭ ପଇସା ଏବଂ ୩୧ ପଇସା ବୃଦ୍ଧି ପାଇଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୪.୭୬ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୦.୯୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୬.୨୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୫.୪୯ ଟଙ୍କା ରହିଛି ।  ସେହିପରି ହାଇଦ୍ରାବାଦରେ ଲିଟର ପିଛା ପେଟ୍ରୋଲ ମୂଲ୍ୟ ୯୮.୪୮ ଟଙ୍କା ରହିଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୦.୯୪ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଯଦି ଆପଣଙ୍କ ପକେଟରେ ଅଛି ଏହି ପୁରୁଣା ନୋଟ୍ ତ ହୋଇଯିବେ ମାଲାମାଲ, ଜାଣନ୍ତୁ କିପରି...

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୫.୬୬ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୨.୯୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୮.୫୧ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୦.୩୮ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୯୩.୩୪ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଆଉ ଏକ ଟେନସନ: ଶିଶୁଙ୍କ ମଧ୍ୟରେ କୋରୋନା ପରେ ଏବେ ଏହି ରୋଗ ବଢ଼ାଇଲା ଚିନ୍ତା, ଜାଣନ୍ତୁ ସମ୍ପୂର୍ଣ୍ଣ ମାମଲା

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।