ନୂଆଦିଲ୍ଲୀ: Today Petrol-Diesel Rate 5th July 2021: ସାରା ଦେଶରେ ପେଟ୍ରୋଲ ଓ ଡିଜେଲ ଦରରେ ଲଗାତର ବୃଦ୍ଧି ଘଟିଚାଲିଛି । ତୈଳ କମ୍ପାନୀଗୁଡିକ କ୍ରମାଗତ ତୈଳ ଦର ବୃଦ୍ଧି କରୁଛନ୍ତି । ଯାହା ଫଳରେ ଦେଶରରେ ପେଟ୍ରୋଲ ଓ ଡିଜେଲ ଦର ରେକର୍ଡ ସ୍ତରରେ ପହଞ୍ଚିଛି । ମୁମ୍ୱାଇ, ଦିଲ୍ଲୀ, ଚେନ୍ନାଇ, କୋଲରକାତା, ହାଇଦ୍ରାବାଦ, ବେଙ୍ଗାଲୁରୁ, ପାଟନା, ତିଭେନ୍ଦ୍ରମ୍, ଜୟପୁର ଓ ଭୋପାଳ ପରି ଦେଶର ଅନେକ ସହରରେ ପେଟ୍ରୋଲ ଦର ୧୦୦ ଟଙ୍କା ପାର କରିସାରିଛି । ଆଜି ଦେଶର ୪ଟି ମହାନଗରରେ ପେଟ୍ରୋଲ ଦର (Petrol Rate) ରେ ବୃଦ୍ଧ ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ତୈଳ ଦର ମଧ୍ୟ ୧୦୦ ଟଙ୍କା ପ୍ରତି ଲିଟର ପାର କରିସାରିଛି ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କ'ଣ ରହିଛି ରେଟ୍


ତୈଳ କମ୍ପାନୀଗୁଡିକ ଶୁକ୍ରବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୩୫ ପଇସା, ୩୩ ପଇସା, ୩୯ ପଇସା, ୩୧ ପଇସା ଏବଂ ୩୫ ପଇସା ବୃଦ୍ଧି କରିଛନ୍ତି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ଡିଜେଲ ଦରରେ ଯଥାକ୍ରମେ ୧୭ ପଇସା, ୧୮ ପଇସା, ୨୩ ପଇସା, ୧୫ ପଇସା ଓ ୧୮ ପଇସା ବୃଦ୍ଧି ଘଟିଛି ।


ଅଧିକ ପଢ଼ନ୍ତୁ:-ପୁଣି କୋରୋନା ମାମଲାରେ ବୃଦ୍ଧି: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୯୦୦ରୁ ଉର୍ଦ୍ଧ୍ୱ ଲୋକ


ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୦.୨୧ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୨୫ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୦.୨୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୧.୦୬ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୦୧ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୩.୫୬ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୭.୩୮ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୨.୭୪ ଓ ତିଭେନ୍ଦ୍ରମରେ ୧୦୨.୧୯ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।


ଅଧିକ ପଢ଼ନ୍ତୁ:-ଆରପାରିରେ ବଲିଉଡର ଟ୍ରାଜେଡି କିଙ୍ଗ୍ ଦିଲୀପ କୁମାର


ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୫୩ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୦୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୨.୫୦ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୦୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୫୭ ଟଙ୍କା ଦରରେ ବିକ୍ରି ହେଉଛି ।


ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।