ନୂଆଦିଲ୍ଲୀ: Today Petrol-Diesel Rate May 6th 2021: ରବିବାର ଦେଶରେ ତୈଳ ଦରରେ କୌଣସି ପରିବର୍ତ୍ତନ ଘଟି ନ ଥିବା ବେଳେ ଆଜି (ସୋମବାର) ପୁଣି ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି । ମେ ମାସରେ ଲଗାତର ପଞ୍ଚମ ଦିନ ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ରେକର୍ଡ କରାଯାଇଥିଲା । ତା ପରେ ରବିବାର ତୈଳ ଦର ଅପରିବର୍ତ୍ତିତ ରହିଥିଲା । ଆଜି ଦେଶରେ ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ଘଟିଛି । ସୋମବାର ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧ ଘଟିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ତୈଳ ଦରରେ ବୃଦ୍ଧି ଦେଖାଦେଇଛି । 


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ଦିନକରେ ୩ ଲକ୍ଷ ୬୬ ହଜାର ନୂତନ ମାମଲା ଚିହ୍ନଟ, ୩୭୫୪ ମୃତ୍ୟୁ


ତୈଳ କମ୍ପାନୀଗୁଡିକ ସୋମବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲ (Petrol Price) ର ମୂଲ୍ୟ ଯଥାକ୍ରମେ ୨୬ ପଇସା, ୨୫ ପଇସା, ୨୫ ପଇସା, ୨୩ ପଇସା ଓ ୨୬ ପଇସା ବୃଦ୍ଧି କରିଛନ୍ତି । ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଓ ଭୁବନେଶ୍ୱରରେ ଡିଜେଲର ମୂଲ୍ୟ ଯଥାକ୍ରମେ ୩୩ ପଇସା, ୩୫ ପଇସା, ୩୩ ପଇସା, ୩୧ ପଇସା ଓ ୩୬ ବୃଦ୍ଧି ପାଇଛି । 


ଅଧିକ ପଢ଼ନ୍ତୁ:-ଲକ୍ଷ ଲକ୍ଷ କେନ୍ଦ୍ର କର୍ମଚାରୀଙ୍କୁ ମିଳିବ ଖୁସି ଖବର, ୩ ବକେୟା ମହଙ୍ଗା ଭତ୍ତା ଉପରେ ଏହି ମାସରେ ଅନୁଷ୍ଠିତ ହେବ ବୈଠକ?


ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୧.୫୩ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୯୭.୮୬ ଟଙ୍କା ରହିଛି । କୋଲକାତା ଲିଟର ପିଛା ୯୧.୬୬ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୩.୩୮ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୨.୨୨ ଟଙ୍କା ରହିଛି ।


ଅଧିକ ପଢ଼ନ୍ତୁ:-ରେଲୱେ ବାତିଲ କଲା ଆହୁରି ୧୬ଟି ପ୍ରମୁଖ ଟ୍ରେନ୍, ଯାତ୍ରା କରିବା ପୂର୍ବରୁ ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା


ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୨.୦୬ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୯.୧୭ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୪.୯୦ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୮୬.୯୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୮୯.୩୯ ଟଙ୍କା ଦରରେ ବିକ୍ରି ହେଉଛି ।


ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।