ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୩୧ ପଇସାର ବୃଦ୍ଧି ଘଟିଛି ।

ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ତୈଳ ଦରରେ ହ୍ରାସ ଦେଖାଦେଇଛି । କିନ୍ତୁ ଭାରତୀୟ ବଜାରରେ ଏହାର କୌଣସି ପ୍ରଭାବ ଦେଖିବାକୁ ମିଳୁନାହିଁ । ଅନ୍ୟପକ୍ଷେ ଦେଶରେ କୋରୋନା ଯୋଗୁଁ ସଙ୍କଟର ସ୍ଥିତି ଜାରି ରହିଛି । ଆଜି ଅର୍ଥାତ ଶୁକ୍ରବାର ଦେଶର ୩ଟି ମହାନଗରରେ ପେଟ୍ରୋଲ ଦରରେ କୌଣସି ବୃଦ୍ଧି ଘଟିନାହିଁ । କିନ୍ତୁ ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ଡିଜେଲ ମୂଲ୍ୟରେ ହ୍ରାସ ଘଟିଛି । ଅନ୍ୟପକ୍ଷେ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । 

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୩୧ ପଇସାର ବୃଦ୍ଧି ଘଟିଛି । ସେପଟେ ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । କେବଳ ଦିଲ୍ଲୀରେ ୮.୩୮ ପଇସାର ହ୍ରାସ ଘଟିଛି । ଅନ୍ୟପଟେ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ୨୯ ପଇସାର ବୃଦ୍ଧି ଘଟିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୦.୪୩ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୭.୧୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୨.୧୦ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୩.୬୩ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୧.୩୨ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୭୩.୫୬ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୦.୧୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୭.୦୪ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୮୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୮୦.୩୧ ଟଙ୍କା ଦରରେ ବିକ୍ରି ହେଉଛି ।