ପେଟ୍ରୋଲ-ଡିଜେଲ ଦର ଅପରିବର୍ତ୍ତିତ, ଜାଣନ୍ତୁ ଆଜିର ରେଟ୍
Advertisement

ପେଟ୍ରୋଲ-ଡିଜେଲ ଦର ଅପରିବର୍ତ୍ତିତ, ଜାଣନ୍ତୁ ଆଜିର ରେଟ୍

ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୬୯.୫୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୭୫.୩୦ ଟଙ୍କା ରହିଛି । କୋଲକାତା ଲିଟର ପିଛା ୭୨.୨୯ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୭୨.୨୮ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୬୮.୫୮ ଟଙ୍କା ରହିଛି ।

ପେଟ୍ରୋଲ-ଡିଜେଲ ଦର ଅପରିବର୍ତ୍ତିତ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦରରେ ହ୍ରାସ ରେକର୍ଡ କରାଯାଇଛି । ୧୭ ବର୍ଷର ରେକର୍ଡ ସ୍ତରକୁ ଖସି ଆସିଛି ତୈଳ ଦର । ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୨୩ ଡଲାରକୁ ଖସି ଆସିଛି । ଅନ୍ୟପକ୍ଷେ ଭାରତୀୟ ବଜାରରେ ଏହା କୌଣସି ପ୍ରଭାବ ପଡୁନାହିଁ । ଆଜି ଅର୍ଥାତ ମଙ୍ଗଳବାର ଦେଶର ପେଟ୍ରୋଲ-ଡିଜେଲ ଦର ସ୍ଥିର ରହିଛି ଅର୍ଥାତ ପେଟ୍ରୋଲ-ଡିଜେଲ ଦରରେ କୌଣସି ପରିବର୍ତ୍ତନ ଆସିନାହିଁ । ଦେଶର ୪ ମହାନଗରରେ ପେଟ୍ରୋଲ-ଡିଜେଲ ଦର ଅପରିବର୍ତ୍ତିତ ରହିଛି । 

ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୬୯.୫୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୭୫.୩୦ ଟଙ୍କା ରହିଛି । କୋଲକାତା ଲିଟର ପିଛା ୭୨.୨୯ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୭୨.୨୮ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୬୮.୫୮ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୬୨.୨୯ ଟଙ୍କା ରହିଛି। ଡିଜେଲ ଲିଟର ପିଛା ମୁମ୍ବାଇରେ ୬୫.୨୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୬୪.୬୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୬୫.୭୧ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୬୬.୭୦ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।