• ଆସାମ: ପୋଲିସର ଗୁଳିମାଡ଼ ପ୍ରତିବାଦରେ ସଂଖ୍ୟାଲଘୁ ଛାତ୍ର ସଂଗଠନର ବନ୍ଦ ଡାକରା
  • ସଂଗଠନର ୧୨ ଘଣ୍ଟିଆ ବନ୍ଦ ଡାକରାକୁ ବିଭିନ୍ନ ସଂଗଠନ ଓ ଦଳର ସମର୍ଥନ
  • ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ବାରା ଘଟଣାର ତଦନ୍ତ ନିର୍ଦେଶ
  • ଗଞ୍ଜାମ ଜରଡ଼ା ଥାନା ଭୀମପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ବୋମାମାଡ଼ରେ ୪ ଗୁରୁତର
  • ଦେବଗଡ଼ ରିଆମାଳ ଥାନା ଅଞ୍ଚଳରେ ୧୨ ବର୍ଷୀୟା ଛାତ୍ରୀଙ୍କୁ ଦୁଷ୍କର୍ମ
  • କଙ୍କରଖୋଲ ଜଙ୍ଗଲକୁ ଟେକି ନେଇ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ
  • ୬ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ସେପ୍ଟେମ୍ବର ୨୬ରେ ମାଓ ପ୍ରଭାବିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବୈଠକ
  • କଟକ ମୁଣ୍ଡଳୀରେ ଅପରେଲନ ଗଜରାଜ
  • ଦଳରୁ ଅଲଗା ହୋଇଯାଇଥିବା ହାତୀକୁ ଉଦ୍ଧାର ପାଇଁ ଅଗ୍ନିଶମ ଓ ବନ ବିଭାଗର ଉଦ୍ୟମ ଜାରି

ମାସର ପ୍ରଥମ ଦିନ ଜାରି ହେଲା ଡିଜେଲ-ପେଟ୍ରୋଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଜୁଲାଇ ୧୭ରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 

ମାସର ପ୍ରଥମ ଦିନ ଜାରି ହେଲା ଡିଜେଲ-ପେଟ୍ରୋଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 1 August 2021:  ଆଜି (ରବିବାର) ପେଟ୍ରୋଲ ଓ ଡିଜେଲର ନୂତନ ଦର (Petrol-Diesel Price) ଜାରି ହୋଇଯାଇଛି । ନୂତନ ଦର ଅନୁଯାୟୀ ସରକାରୀ ତୈଳ କମ୍ପାନୀଗୁଡ଼ିକ ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାଁନ୍ତି । ଦେଶରେ ଆଜି ମଧ୍ୟ ପେଟ୍ରୋଲ ଓ ଡିଜେଲ ଦର ( Petrrol Diesel Price) ସ୍ଥିର ରହିଛି । ଯାହା ପରେ ଲଗାତର ୧୫ ଦିନ ହେବ ଦେଶରେ ପେଟ୍ରୋଲ ମୂଲ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ଡିଜେଲ ମୂଲ୍ୟ ମଧ୍ୟ ବିଗତ ୧୬ ଦିନ ସ୍ଥିର ରହିଛି । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ରବିବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୮୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ରହିଛି। ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଜୁଲାଇ ୧୭ରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 

ଅଧିକ ପଢ଼ନ୍ତୁ:-ପୁଣି ଦିନକରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ଅଧିକ ପଢ଼ନ୍ତୁ:-RBI ବାତିଲ କଲା ଏହି ବ୍ୟାଙ୍କର ଲାଇସେନ୍ସ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୬୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୯.୧୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୫୯  ଓ ତିଭେନ୍ଦ୍ରମରେ ୧୦୩.୮୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଯୌନ ସମସ୍ୟା ଯୋଗୁଁ ଚିନ୍ତାରେ ଥିବା ପୁରୁଷ ଏହି ୩ଟି ଜିନିଷ ସହିତ କରିନିଅନ୍ତୁ ବନ୍ଧୁତା, ମିଳିବ ଅନେକ ଲାଭ

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୯୫ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।