ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ନୂଆଦିଲ୍ଲୀ: Today Petrol-Diesel Rate 10 September 2021: ବୈଶିକ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oi Price) ରେ ବୃଦ୍ଧି ଘଟିଛି । କିନ୍ତୁ ଏହାର ପ୍ରଭାବ ଘରୋଇ ବଜାରରେ ଦେଖିବାକୁ ମିଳୁନାହିଁ । ଆଜି ଅର୍ଥାତ ସେପ୍ଟେମ୍ୱର ୧୦ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଶୁକ୍ରବାର ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ଷଷ୍ଠ ଦିନ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ସ୍ଥିର ରହିଛି । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୧୯ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୬୨ ଟଙ୍କା ରହିଛି । ସେପଟ ଦେଶର ଅନ୍ୟ ସହରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଦେଖାଦେଇଛି ।
୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ
ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୧୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୨୬ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୬୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୮.୯୬ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୯୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୭୦ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୭.୮୧ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୩୧ ଓ ତିଭେନ୍ଦ୍ରମରେ ୧୦୩.୭୦ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୧୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୭୧ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୨୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୫୫ ଟଙ୍କା ଦରରେ ବିକ୍ରି ହେଉଛି ।
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ଅଧିକ ପଢ଼ନ୍ତୁ:-ଗଣେଶ ଚତୁର୍ଥୀ ଦିନ ବିଘ୍ନହର୍ତ୍ତାଙ୍କ ପୂଜା ବିଧି; ପୂଜାରେ ଚଢ଼ାନ୍ତୁ ଏହି ୫ଟି ଜିନିଷ
ଅଧିକ ପଢ଼ନ୍ତୁ:-ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଆସିବା ମାତ୍ରେ ଭାରତ ସୀମାରେ ନିଜର କମାଣ୍ଡୋଙ୍କୁ ବଦଳାଇଲେ ଚୀନ୍ ଓ ପାକିସ୍ତାନ
ଅଧିକ ପଢ଼ନ୍ତୁ:-ତାଲିବାନକୁ ନେଇ ଆମେରିକାର ଚିନ୍ତା ବଢ଼ାଇଲେ ଚୀନ୍ ଓ ପାକିସ୍ଥାନ, ବାଇଡେନ ଦେଲେ ଏହି ବଡ଼ ବୟାନ