ନୂଆଦିଲ୍ଲୀ: Today Petrol-Diesel Rate 12 October 2021: ଆଜି ଅର୍ଥାତ ଅକ୍ଟୋବର ୧୧ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ତୈଳ ଦର (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ମଙ୍ଗଳବାର ଦିଲ୍ଲୀରେ ପେଟ୍ରୋଲ ୧୦୪.୪୪ ଟଙ୍କା ଓ ଡିଜେଲ ଲିଟର ପିଛା ୯୩.୧୮ ଟଙ୍କା ରହିଛି । ସେପଟ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।


COMMERCIAL BREAK
SCROLL TO CONTINUE READING

ଏହି ରାଜ୍ୟଗୁଡ଼ିକରେ ପେଟ୍ରୋଲ ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି 


ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି । ମୁମ୍ବାଇରେ ଡିଜେଲ ମୂଲ୍ୟ ସର୍ବାଧିକ ରହିଛି ।


ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୪.୪୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୦.୪୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୫.୦୯ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୧.୭୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୫.୧୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୮.୦୮ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୧୨.୨୫ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୭.୬୪ ଓ ତିଭେନ୍ଦ୍ରମରେ ୧୦୬.୪୧ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୧୦୧.୪୭ ଟଙ୍କା ଦରରେ ବିକ୍ରି ହେଉଛି ।


ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୯୩.୧୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୧୦୧.୦୩ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୬.୨୮ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୭.୫୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୧୦୧.୪୩ ଟଙ୍କା ଦରରେ ବିକ୍ରି ହେଉଛି ।


ଜାଣନ୍ତୁ ଆପଣଙ୍କ ସହରର ରେଟ୍


ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।


ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx


ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।


ଅଧିକ ପଢ଼ନ୍ତୁ:-କୋରୋନା ମଧ୍ୟରେ 'ଡବଲ୍ ଆଟାକ୍' ବଢ଼ାଇଲା ଚିନ୍ତା, ଏହାର ଆକ୍ରମଣରୁ ବଞ୍ଚିବା କଷ୍ଟକର!


ଅଧିକ ପଢ଼ନ୍ତୁ:-ଖୁସି ଖବର! ଏଣିକି ମାତ୍ର ୬୩୪ ଟଙ୍କାରେ ଘରେ ଡେଲିଭରୀ ହେବ LPG ସିଲିଣ୍ଡର, ଜାଣନ୍ତୁ କିପରି


ଅଧିକ ପଢ଼ନ୍ତୁ:-୬ କୋଟିରୁ ଉର୍ଦ୍ଧ୍ୱ PF ଖାତାଧାରୀଙ୍କୁ ମିଳିବ ଦୀପାବଳୀର ବଡ଼ ଉପହାର, ଖୁବ୍ ଶୀଘ୍ର ଖାତାରେ ଆସିବ ସୁଧ ଟଙ୍କା!


ଅଧିକ ପଢ଼ନ୍ତୁ:-ଡ୍ରଗ୍ସ, ଅସ୍ତ୍ରଶସ୍ତ୍ର ଏବଂ ଆତଙ୍କ: କିମ ଜୋଙ୍ଗଙ୍କୁ ନେଇ ବଡ଼ ଖୁଲାସା କଲେ ଉତ୍ତର କୋରିଆର କର୍ଣ୍ଣେଲ