ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ନୂଆଦିଲ୍ଲୀ: Today Petrol-Diesel Rate 13 September 2021: ଆଜି ଅର୍ଥାତ ସେପ୍ଟେମ୍ୱର ୧୩ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ସପ୍ତାହର ପ୍ରଥମ ଦିନ (ସୋମବାର) ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ନବମ ଦିନ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ସ୍ଥିର ରହିଛି । ସେପଟେ ବିଗତ ଦିନରେ ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oi Price) ରେ ହ୍ରାସ ସତ୍ତ୍ୱେ ଏହାର ପ୍ରଭାବ ଘରୋଇ ବଜାରରେ ଦେଖିବାକୁ ମିଳୁନାହିଁ । ସେପ୍ଟେମ୍ୱରରେ ଇନ୍ଧନ ମୂଲ୍ୟରେ କେବଳ ୩୦ ପଇସା ଯାଏ ଶସ୍ତା ହୋଇଛି । ଇଣ୍ଡିଆନ ଅଏଲ କୋ ପୋର୍ରେଶନ (IOC) ଅନୁଯାୟୀ ସୋମବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୧୯ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୬୨ ଟଙ୍କା ରହିଛି । ସେପଟ ଦେଶର ଅନ୍ୟ ସହରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ମଧ୍ୟ ଦେଖାଦେଇଛି ।
ମୂଲ୍ୟ ବୃଦ୍ଧି ସତ୍ତ୍ୱେ ଅଗଷ୍ଟରେ ଇନ୍ଧନର ଚାହିଦା ତୀବ୍ର ବୃଦ୍ଧି ଦେଖାଯାଇଛି । କୌତୁହଳର ବିଷୟ ଏହା ଯେ ଅଧିକ ମୂଲ୍ୟ ହେତୁ ଦେଶରେ ପେଟ୍ରୋଲ ବିକ୍ରି ଉପରେ ପ୍ରଭାବ ପକାଇ ନାହିଁ । ବାସ୍ତବରେ ପେଟ୍ରୋଲର ଚାହିଦା ବୃଦ୍ଧି ପାଇଛି ଓ ଏହି ଆର୍ଥିକ ବର୍ଷରେ ଏହା ଏକ ରେକର୍ଡ ଉଚ୍ଚରେ ପହଞ୍ଚିବ ବୋଲି ଅନୁମାନ କରାଯାଉଛି । ତେବେ ପେଟ୍ରୋଲ ତୁଳନାରେ ଡିଜେଲର ଚାହିଦା କିଛି ମାତ୍ରାରେ ହ୍ରାସ ପାଇଛି ।
୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ
ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୧୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୨୬ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୬୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୮.୯୬ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୮୫ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୭୦ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୪୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୩.୭୯ ଓ ତିଭେନ୍ଦ୍ରମରେ ୧୦୩.୪୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୧୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୭୧ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୨୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୪୩ ଟଙ୍କା ଦରରେ ବିକ୍ରି ହେଉଛି ।
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ଅଧିକ ପଢ଼ନ୍ତୁ:-ପୁରୁଷଙ୍କ ଏସବୁ ସମସ୍ୟାକୁ ଦୂର କରିବାରେ ବହୁତ ପ୍ରଭାବଶାଳୀ ୧୨ଟି କିସମିସ! ଏହି ସମୟରେ କରନ୍ତୁ ସେବନ, ମିଳିବ ଆଶ୍ଚର୍ଯ୍ୟଜନକ ଲାଭ
ଅଧିକ ପଢ଼ନ୍ତୁ:-ନିଜ କର୍ମର ଫଳ ଭୋଗୁଛି ଚୀନ! ଡ୍ରାଗନକୁ ସହିବାକୁ ପଡୁଛି ଭାରି କ୍ଷତି
ଅଧିକ ପଢ଼ନ୍ତୁ:-ଆମେରିକା ଦ୍ୱାରା ହେଲା ବଡ଼ ଭୁଲ, IS ଆତଙ୍କୀ ବଦଳରେ ନିରୀହ ଲୋକଙ୍କ ଉପରେ କଲା ଏୟାରଷ୍ଟ୍ରାଇକ୍!
ଅଧିକ ପଢ଼ନ୍ତୁ:-LIC ସମସ୍ତ ପଲିସି ଧାରକଙ୍କ ପାଇଁ ଜାରି କରିଛି ଜରୁରୀ ସୂଚନା, ଜାଣି ନିଅନ୍ତୁ ନଚେତ ହୋଇପାରେ ବଡ଼ ଅସୁବିଧା