ସାଧାରଣ ଜନତାଙ୍କୁ ଝଟକା, ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ କ'ଣ ରହିଛି ଆଜି ରେଟ୍
Advertisement
Article Detail0/zeeodisha/odisha1007341

ସାଧାରଣ ଜନତାଙ୍କୁ ଝଟକା, ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ କ'ଣ ରହିଛି ଆଜି ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ସାଧାରଣ ଜନତାଙ୍କୁ ଝଟକା, ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ କ'ଣ ରହିଛି ଆଜି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 15 October 2021: ଦେଶରେ ଆଜି ଅର୍ଥାତ ଅକ୍ଟୋବର ୧୫ରେ ତୈଳ ଦର (Fuel Price) ରେ ବୃଦ୍ଧି ଘଟିଛି । ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଲଗାତର ଦ୍ୱିତୀୟ ଦିନ ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି । ଦେଶର ବିଭିନ୍ନ ସହରରେ ଆଜି ପେଟ୍ରୋଲ ମୂଲ୍ୟରେ ଲିଟର ପିଛା ପ୍ରାୟ ୩୩-୩୮ ପଇସା ଓ ଡିଜେଲ ମୂଲ୍ୟରେ ୩୦-୩୫ ପଇସାର ବୃଦ୍ଧି ଦେଖାଦେଇଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ୧୦୫.୧୪ ଟଙ୍କା ଓ ଡିଜେଲ ଲିଟର ପିଛା ୯୩.୮୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି ।

ଏହି ରାଜ୍ୟଗୁଡ଼ିକରେ ପେଟ୍ରୋଲ ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି 

ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୫.୧୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୧.୦୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୫.୭୬ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୬.୦୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୮.୪୪ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୧୨.୦୬ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୮.୨୮ ଓ ତିଭେନ୍ଦ୍ରମରେ ୧୦୬.୮୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୧୦୧.୮୧ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୧୦୨.୧୦ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୧୦୧.୮୪ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୧୦୦.୮୬ ଓ ହାଇଦ୍ରାବାଦରେ ୧୦୯.୦୦ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୯୩.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୧୦୧.୭୮ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୬.୯୮ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୮.୨୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୧୦୨.୩୩ ଟଙ୍କା ଦରରେ ବିକ୍ରି ହେଉଛି ।

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଏହା ବି ପଢ଼ନ୍ତୁ:-ପାକିସ୍ତାନ ସରକାର ଉପରେ ଭାରି ସେନା: ଆର୍ମି ମୁଖ୍ୟ ବାଜୱାଙ୍କ ଆଗରେ ଅସହାୟ ପିଏମ ଇମ୍ରାନ

ଏହା ବି ପଢ଼ନ୍ତୁ:-ଗୁଡ୍ ନ୍ୟୁଜ୍! ୧୫ ଟଙ୍କା ଯାଏ ଶସ୍ତା ହେବ ଖାଇବା ତେଲ

ଏହା ବି ପଢ଼ନ୍ତୁ:-ଦେଶରେ ପୁଣି ବଢ଼ିଲା କୋରୋନା ମାମଲା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ