ନୂଆଦିଲ୍ଲୀ: Today Petrol-Diesel Rate 18 August 2021: ପେଟ୍ରୋଲ-ଡିଜେଲର ମୂଲ୍ୟ (Petrol Diesel Price) ରେ ହ୍ରାସ ବୃଦ୍ଧିର ସିଧାସଳଖ ପ୍ରଭାବ ସାଧାରଣ ଜନତାଙ୍କ ପକେଟ ଉପରେ ପଡ଼ିଥାଏ ।  ଇନ୍ଧନର ମୂଲ୍ୟ (Fuel Price) ମହଙ୍ଗା ହେତୁ ଅତ୍ୟାବଶ୍ୟକୀୟ ସମସ୍ତ ଜିନିଷର ମୂଲ୍ୟ ବୃଦ୍ଧି ଘଟିଥାଏ । ସେଥିପାଇଁ ଆମର ନଜର ପେଟ୍ରୋଲ ଓ ଡିଜେଲ ମୂଲ୍ୟ ଉପରେ ରଖିଥାଏ । ଘରୋଇ ତୈଳ କମ୍ପାନୀଗୁଡ଼ିକ ଅଗଷ୍ଟ ୧୮ ଅର୍ଥାତ ବୁଧବାର ପାଇଁ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ଜାରି କରିଦେଇଛନ୍ତି । ଇଣ୍ଡିଆନ୍ ଅଏଲ୍ ୱେବସାଇଟ୍ ଅନୁଯାୟୀ ଆଜି ଇନ୍ଧନ ମୂଲ୍ୟରେ ପରିବର୍ତ୍ତନ କରାଯାଇଛି । ଦେଶରେ ବିଗତ ଏକ ମାସ ହେବ ଇନ୍ଧନ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅର୍ଥାତ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଥିଲା । ଆଜି ଡିଜେଲର ମୂଲ୍ୟ ହ୍ରାସ କରାଯାଇଛି ଓ ପେଟ୍ରୋଲର ମୂଲ୍ୟ ସ୍ଥିର ରହିଛି । ଦେଶର ପ୍ରମୁଖ ସହରରେ ଡିଜେଲ ମୂଲ୍ୟ ୨୦ ପଇସା ହ୍ରାସ କରାଯାଇଛି । 


COMMERCIAL BREAK
SCROLL TO CONTINUE READING

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଜୁଲାଇ ୧୭ରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 


୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ


ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।


ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।


ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୬୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୭୧ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୫୭ ଓ ତିଭେନ୍ଦ୍ରମରେ ୧୦୩.୭୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।


ଅଧିକ ପଢ଼ନ୍ତୁ:-ତାଲିବାନର ବଡ଼ ପ୍ରତିଶୃତି, ଭାରତ ପାଇଁ ଆଶ୍ୱସ୍ତି ତ ପାକିସ୍ତାନ ପାଇଁ ଜୋରଦାର ଝଟକା


ଅଧିକ ପଢ଼ନ୍ତୁ:-ଅଗଷ୍ଟରେ ଦ୍ୱିତୀୟ ଥର ପାଇଁ ଆସିଯାଇଛି ପାଇଁ LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍


ଅଧିକ ପଢ଼ନ୍ତୁ:-ତାଲିବାନର ବର୍ତ୍ତମାନର ନେତୃତ୍ୱ ବିଷୟରେ ଜାଣନ୍ତୁ, କାହା ପାଖରେ ରହିଛି କେଉଁ ଦାୟିତ୍ୱ...


ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୨୪ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୨.୮୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୦ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୭୫ ଟଙ୍କା ଦରରେ ବିକ୍ରି ହେଉଛି ।


ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।


ଅଧିକ ପଢ଼ନ୍ତୁ:-କୋରୋନାକୁ ନେଇ ଆସିଲା ଆଉ ଏକ ଗୁଡ୍ ନ୍ୟୁଜ୍


ଅଧିକ ପଢ଼ନ୍ତୁ:-ବଡ଼ ଖବର: ଏହି ବ୍ୟାଙ୍କର ଲାଇସେନ୍ସ ବାତିଲ କଲା RBI, ଜାଣନ୍ତୁ ଗ୍ରାହକଙ୍କ ଉପରେ କ'ଣ ପଡ଼ିବ ପ୍ରଭାବ?


ଅଧିକ ପଢ଼ନ୍ତୁ:-ବଦଳିଯିବ ଅଫିସର ନିୟମ: କର୍ମଚାରୀଙ୍କୁ ସପ୍ତାହରେ ୪ ଦିନ କରିବାକୁ ପଡିବ କାମ, ୩ ଦିନ ମିଳିବ ଛୁଟି!