ନୂଆଦିଲ୍ଲୀ: Today Petrol-Diesel Rate 19 November 2021:  ଆଜି (ଶୁକ୍ରବାର) ଅର୍ଥାତ ନଭେମ୍ୱର ୧୯ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ମଧ୍ୟ ତୈଳ ଦର (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ୧୫ ଦିନ ହେବ ଦେଶରେ ତୈଳ ଦର ସ୍ଥିର ରହିଛି । ସେପଟେ ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ଦେଖିବାକୁ ମିଳୁନାହିଁ । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ୧୦୩.୯୭ ଟଙ୍କା ଓ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।


COMMERCIAL BREAK
SCROLL TO CONTINUE READING

ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ  ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।


ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୩.୯୭ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୯.୯୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୪.୬୭ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୧.୪୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୮୧ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୦.୫୮ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୭.୮୮ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୫.୯୮ ଓ ତିଭେନ୍ଦ୍ରମରେ ୧୦୬.୬୫ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୯୫.୨୮ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୯୫.୬୩ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୯୫.୪୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୯୪.୨୩ ଓ ହାଇଦ୍ରାବାଦରେ ୧୦୮.୨୦ ଟଙ୍କା ରହିଛି ।


ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୬.୬୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୧୪ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୯.୭୯ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୧.୪୩ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୧.୬୨ ଟଙ୍କା ଦରରେ ବିକ୍ରି ହେଉଛି । 


ଜାଣନ୍ତୁ ଆପଣଙ୍କ ସହରର ରେଟ୍


ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।


ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx


ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।


ଏହା ବି ପଢ଼ନ୍ତୁ:-ଆଜି ଶତାବ୍ଦୀର ସବୁଠାରୁ ବଡ଼ ଚନ୍ଦ୍ର ଗ୍ରହଣ, ଜାଣନ୍ତୁ କ'ଣ କରିବେ ଓ କ'ଣ କରିବେ ନାହିଁ?


ଏହା ବି ପଢ଼ନ୍ତୁ:-'ସିଡନୀ ଡାଏଲୋଗ'କୁ ସମ୍ବୋଧନ କଲେ ପିଏମ ମୋଦି, ଜାଣନ୍ତୁ ତାଙ୍କ ଭାଷଣର ୧୦ଟି ଗୁରୁତ୍ୱପୂର୍ଣ୍ଣ କଥା


ଏହା ବି ପଢ଼ନ୍ତୁ:-କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୪୭୦ ସଂକ୍ରମିତ


ଏହା ବି ପଢ଼ନ୍ତୁ:-ଶେଷରେ ଧୋନିଙ୍କ ପରି ଟିମ୍ ଇଣ୍ଡିଆକୁ ମିଳିଯାଇଛି ଫିନିସର୍, ଏହି ଖେଳାଳି ମାହିଙ୍କ ପରି ଦମଦାର୍!