ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 17th July 2021: ସରକାରୀ ତୈଳ କମ୍ପାନୀଗୁଡିକ ଆଜି (ସୋମବାର) ପାଇଁ ନୂତନ ଇନ୍ଧନ ମୂଲ୍ୟ (Fuel Price) ଜାରି କରିଛନ୍ତି । କ୍ରମାଗତ ଦ୍ୱିତୀୟ ଦିନ ଭାରତରେ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛି । ରବିବାର ପେଟ୍ରୋଲର ମୂଲ୍ୟ (Petrol Price) ପରିବର୍ତ୍ତନ ହୋଇନଥିବା ବେଳେ ସୋମବାର ମଧ୍ୟ ପେଟ୍ରୋଲ ମୂଲ୍ୟ (Petrol Rate) ରେ କୌଣସି ବୃଦ୍ଧି ଘଟିନାହିଁ । ଅନ୍ୟପକ୍ଷରେ ଡିଜେଲ (Diesel Price) ସର୍ବାଧିକ ଆଶ୍ୱସ୍ତି ପ୍ରଦାନ କରିଛି । ଗତ ୩-୪ ଦିନ ହେବ ଡିଜେଲ ଦର (Diesel Rate) ସ୍ଥିର ରହିଛି । ଡିଜେଲ-ପେଟ୍ରୋଲ ଦର ବୃଦ୍ଧିରେ ବ୍ରେକ୍ ଯୋଗୁଁ ସାଧାରଣ ଲୋକଙ୍କୁ ବର୍ତ୍ତମାନ କିଛି ଆଶ୍ୱସ୍ତି ମିଳିଛି । ଯଦିଓ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିସାରିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୫୮ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୯୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୪୮ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୫.୦୫ ଓ ତିଭେନ୍ଦ୍ରମରେ ୧୦୩.୫୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-କ’ଣ ଆପଣ ମଧ୍ୟ ସକାଳେ ଉଠିବା ପରେ କରନ୍ତି ଏହି ୭ଟି ଭୁଲ ?

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୯୫ ଟଙ୍କା ଦରରେ ବିକ୍ରି ହେଉଛି ।

ଏହି ୧୭ଟି ରାଜ୍ୟରେ ପେଟ୍ରୋଲ ୧୦୦ ପାର କରିଛି 

ଦେଶର ସମସ୍ତ ମହାନଗରରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୧୦୦ରୁ ଅଧିକ ରହିଛି । ପେଟ୍ରୋଲ ୧୦୦ ପାର କରିଥିବା ୧୭ଟି ରାଜ୍ୟ ମଧ୍ୟରେ ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ତାମିଲନାଡୁ, କର୍ଣ୍ଣାଟକ, ଜାମ୍ମୁ କାଶ୍ମୀର, ଓଡିଶା, କେରଳ, ବିହାର, ପଞ୍ଜାବ, ଲଦାଖ, ସିକ୍କିମ, ଦିଲ୍ଲୀ, ପୁଡୁଚେରୀ ଏବଂ ପଶ୍ଚିମବଙ୍ଗ ସାମିଲ ରହିଛି । ଅଧିକାରୀ କହିଛନ୍ତି ଯେ ଯଦି ଅନ୍ତର୍ଜାତୀୟ ବଜାରରେ ତୈଳ ମୂଲ୍ୟ ମଜଭୁତ ହେବା ଜାରି ରହେ ତେବେ ଇନ୍ଧନ ମୂଲ୍ୟ ଆହୁରି ବଢିପାରେ ।

ଅଧିକ ପଢ଼ନ୍ତୁ:-ଜାଣନ୍ତୁ କେବେଠୁ ଆରମ୍ଭ ହୋଇଥିଲା କାଉଡ଼ି ଯାତ୍ରା, କିଏ ଥିଲେ ପ୍ରଥମ କାଉଡ଼ିଆ..

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଅଧିକ ପଢ଼ନ୍ତୁ:-LPG ଗ୍ରାହକଙ୍କ ପାଇଁ ଖୁସି ଖବର: ଏବେ ଠିକଣା ପ୍ରୁଫ୍ ବିନା ମିଳିବ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ କେଉଁଠାରେ ଓ କିପରି କରିବେ ଅପ୍ଲାଇ