ପୁଣି ବଢ଼ିଲା ତୈଳ ଦର, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ପେଟ୍ରୋଲ-ଡିଜେଲର ନୂଆ ରେଟ୍
Advertisement

ପୁଣି ବଢ଼ିଲା ତୈଳ ଦର, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ପେଟ୍ରୋଲ-ଡିଜେଲର ନୂଆ ରେଟ୍

ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି । 

ପ୍ରତୀକାତ୍ମକ ଫଟୋ

ନୂଆଦିଲ୍ଲୀ: Today Petrol-Diesel Rate 20 October 2021: ଘରୋଇ ବଜାରରେ ଦୁଇ ଦିନ ସ୍ଥିର ରହିବା ପରେ ଆଜି (ବୁଧବାର) ଅର୍ଥାତ ଅକ୍ଟୋବର ୨୦ରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ବୁଧବାର ପେଟ୍ରୋଲ ଲିଟର ପିଛା ୩୪-୩୫ ପଇସା ମହଙ୍ଗା ହୋଇଥିବା ବେଳେ ଡିଜେଲରେ ୩୭-୩୫ ପଇସା ଯାଏ ବୃଦ୍ଧି ଘଟିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ବୁଧବାର ଦିଲ୍ଲୀରେ ପେଟ୍ରୋଲ ୧୦୬.୧୯ ଟଙ୍କା ଓ ଡିଜେଲ ଲିଟର ପିଛା ୯୪.୯୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି ।

ସେପ୍ଟେମ୍ୱର ୨୮ରେ ପେଟ୍ରୋଲ ୨୦ ପଇସା ବ୍ୟୟବହୁଳ ହୋଇଥିବାବେଳେ ଡିଜେଲ ମଧ୍ୟ ଲିଟର ପିଛା ୨୫ ପଇସା ମହଙ୍ଗା ହୋଇଥିଲା । ବାସ୍ତବରେ, ଗତ ମାସର ଶେଷ ଦିନରୁ ପେଟ୍ରୋଲ ଦର ବୃଦ୍ଧି ପାଇବାରେ ଲାଗିଥିଲା, ଆଜି ବି ଏହା ଜାରି ରହିଛି । ଆଜ୍ଞା ହଁ, ଏହା ମଧ୍ୟରେ କିଛି ଦିନ ପାଇଁ ମୂଲ୍ୟ ସ୍ଥିର ରହିଥିଲା । ଯାହା ହେଉ, ଏହି ସମୟରେ ଅଶୋଧିତ ତୈଳ ମୂଲ୍ୟ (Crude Oil Prices) ବ୍ୟାରେଲ ପିଛା ୮୫ ଡଲାରରୁ ଅଧିକ ରହିଛି । ସେଥିପାଇଁ ସମସ୍ତ ପେଟ୍ରୋଲିୟମ ଦ୍ରବ୍ୟ ମହଙ୍ଗା ହେଉଛି । ଯଦି ଆମେ ପେଟ୍ରୋଲର ମୂଲ୍ୟକୁ ଦେଖିବା, ତେବେ ଗତ ୧୭ ଦିନ ମଧ୍ୟରେ ଏହା ଲିଟର ପିଛା ୫ ଟଙ୍କା ମହଙ୍ଗା ହୋଇଛି ।

ଏହି ରାଜ୍ୟଗୁଡ଼ିକରେ ପେଟ୍ରୋଲ ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି 

ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୬.୧୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୨.୧୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୭୭ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୩.୩୧ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୭.୦୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୯.୮୯ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୧୩.୦୩ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୯.୬୪ ଓ ତିଭେନ୍ଦ୍ରମରେ ୧୦୮.୦୯ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୧୦୩.୧୮ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୧୦୩.୧୬ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୧୦୩.୪୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୧୦୨.୨୧ ଓ ହାଇଦ୍ରାବାଦରେ ୧୧୦.୦୯ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୯୪.୯୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୧୦୨.୮୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୮.୦୩ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୯.୨୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୧୦୩.୩୯ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ବେଙ୍ଗାଲୁରୁରେ ଡିଜେଲ ୧୦୦.୭୫ ଟଙ୍କା ଓ ହାଇଦ୍ରାବାଦରେ ୧୦୩.୧୮ ଟଙ୍କା ଦରରେ ମିଳୁଛି । ଜୟପୁରରେ ଡିଜେଲ ମୂଲ୍ୟ ଲିଟର ପିଛା ୧୦୪.୨୨ ଟଙ୍କା ରହିଥିବା ବେଳେ ପାଟନାରେ ଏହା ୧୦୧.୫୦ ଟଙ୍କାରେ ମିଳୁଛି । ତିଭେନ୍ଦ୍ରମରେ ମଧ୍ୟ ଡିଜେଲ ମୂଲ୍ୟ ଲିଟର ପିଛା ୧୦୧.୩୮ ଟଙ୍କାରେ ପହଞ୍ଚିଛି ।

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଏହା ବି ପଢ଼ନ୍ତୁ:-ଏକ ମାତ୍ର ଭଲ କାମ: ତାଲିବାନ ନେଲା ଏଭଳି ଏକ ପଦକ୍ଷେପ, ଦୁନିଆ କରୁଛି ପ୍ରଶଂସା

ଏହା ବି ପଢ଼ନ୍ତୁ:-ଏହି ଆସନରୁ ନିର୍ବାଚନ ଲଢ଼ିବେ ପ୍ରିୟଙ୍କା!

ଏହା ବି ପଢ଼ନ୍ତୁ:-କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ଏହା ବି ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କୁ ଦୀପାବଳୀର ଉପହାର, ୩୦ ଦିନର ଦରମାର ବରାବର ମିଳିବ ବୋନସ୍