ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 21 July 2021: ଆଜି (ବୁଧବାର) ମଧ୍ୟ ପେଟ୍ରୋଲ-ଡିଜେଲ ଦର (Petrol-Diesel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ଚତୁର୍ଥ ଦିନ ଦେଶରେ ତୈଳ ଦର (Fuel Price) ରେ କୌଣସି ବୃଦ୍ଧି ଦେଖାଯାଇ ନାହିଁ । ଆପଣଙ୍କୁ କହି ରଖୁଛୁ ଯେ, ଶନିବାର ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରର ଉପରେ ପଡ଼ିପାରେ । ଫଳରେ ଶୀଘ୍ର ମୂଲ୍ୟ ହ୍ରାସ ପାଇପାରେ ବୋଲି ଆଶା କରାଯାଉଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୫୮ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୬୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୪୫ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୨୫  ଓ ତିଭେନ୍ଦ୍ରମରେ ୧୦୩.୮୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ବାସ୍ତୁ ଅନୁଯାୟୀ, ଯଦି ଆପଣ ଏହି ଜିନିଷଗୁଡ଼ିକୁ ରାସ୍ତାରେ ପଡ଼ିଥିବାର ଦେଖନ୍ତି, ତେବେ ବଦଳାନ୍ତୁ ପଥ

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୯୨ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଗୋଲମରିଚର ଚା' ପିଇବା ଦ୍ୱାରା ଆଜମା ରୋଗରେ ମିଳିଥାଏ ଆରାମ, ଜାଣନ୍ତୁ ଏହାର ଉପକାରିତା