ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha948280

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 23 July 2021: ଆଜି (ଶୁକ୍ରବାର) ମଧ୍ୟ ପେଟ୍ରୋଲ-ଡିଜେଲ ଦର (Petrol-Diesel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ଷଷ୍ଠ ଦିନ ଦେଶରେ ତୈଳ ଦର (Fuel Price) ରେ କୌଣସି ବୃଦ୍ଧି ଦେଖାଯାଇ ନାହିଁ । ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଶନିବାର (ଜୁଲାଇ ୧୭) ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରର ଉପରେ ଖୁବ୍ ଶୀଘ୍ର ପଡ଼ିପାରେ । 

ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।

ଅଧିକ ପଢ଼ନ୍ତୁ:-ଦୁନିଆର ୬ଟି ଦେଶର ଶପଥ, କ୍ଷମତା ବଳରେ ତାଲିବାନକୁ କରିବାକୁ ଦେବେ ନାହିଁ ଦଖଲ

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ପାଇଁ ସରକାର ନେଲା ଏସବୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୫୮ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୬୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୭୧ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୫.୦୫  ଓ ତିଭେନ୍ଦ୍ରମରେ ୧୦୩.୫୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୯୫ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଖୁବ୍ ଶୀଘ୍ର ପେଟ୍ରୋଲ ଲିଟର ପିଛା ୪ ଟଙ୍କା ଓ ଡିଜେଲ ୫ ଟଙ୍କା ହୋଇପାରେ ଶସ୍ତା, ଜାଣନ୍ତୁ କିପରି

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।