ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । 

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 24 July 2021: ବିଗତ କିଛି ଦିନ ଧରି ଦେଶରେ ତୈଳ ଦର ସ୍ଥିର ରହିଛି  ଅର୍ଥାତ ପେଟ୍ରୋଲ  ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଏହି କ୍ରମରେ ଆଜି (ଶନିବାର) ମଧ୍ୟ ପେଟ୍ରୋଲ-ଡିଜେଲ ଦର (Petrol-Diesel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ବିଗତ ଏକ ସପ୍ତାହ ହେବ ଦେଶରେ ତୈଳ ଦର (Fuel Price) ରେ କୌଣସି ବୃଦ୍ଧି ଘଟିନାହିଁ । ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଗତ ଶନିବାର (ଜୁଲାଇ ୧୭) ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ରହିଛି । ଡିଜେଲ ଦର ମଧ୍ୟ ଶତକ ମୁହାଁ ହେଉଛି । 

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ଅଧିକ ପଢ଼ନ୍ତୁ:-ଆହୁରି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।

ଅଧିକ ପଢ଼ନ୍ତୁ:-ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ଆଖି ବୁଜିଲେ ୪୮୩ ସଂକ୍ରମିତ

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୬୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୭୬ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୫୩  ଓ ତିଭେନ୍ଦ୍ରମରେ ୧୦୩.୫୫ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୯୫ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଅଗଷ୍ଟ ୧ରୁ ଲାଗୁ ହେବ ଦରମା, ପେନସନ୍ ଏବଂ EMI ପେମେଣ୍ଟ ପାଇଁ ନୂଆ ନିୟମ!

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।