ତୈଳ ଦରରେ ବୃଦ୍ଧି, ଚେକ୍ କରନ୍ତୁ ଆପଣଙ୍କ ସହରରେ କ`ଣ ରହିଛି ରେଟ୍
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ନୂଆଦିଲ୍ଲୀ: Today Petrol-Diesel Rate 24 September 2021: ଆଜି ଅର୍ଥାତ ସେପ୍ଟେମ୍ୱର ୨୪ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଶୁକ୍ରବାର ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିଛି । ଲଗାତର ୧୯ ଦିନ ହେବ ପେଟ୍ରୋଲ ଦର (Petrol Rate) ସ୍ଥିର ରହିଥିବା ବେଳେ ଆଜି ଡିଲେଜ ଦର (Diesel Price) ରେ ବୃଦ୍ଧି ଘଟିଛି । ଡିଜେଲ ମୂଲ୍ୟରେ ୨୦ରୁ ୨୨ ପଇସା ବୃଦ୍ଧି ରେକର୍ଡ କରାଯାଇଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୧୯ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୮୨ ଟଙ୍କା ରହିଛି । ସେପଟ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ହ୍ରାସ ବୃଦ୍ଧି ରେକର୍ଡ କରାଯାଇଛି ।
ତୈଳ ମାର୍କେଟିଂ କମ୍ପାନୀଗୁଡିକ (Oil marketing companies) ଗତ ୧୫ ଦିନରେ ଅନ୍ତର୍ଜାତୀୟ ବଜାରରେ ବେଞ୍ଚମାର୍କ ଇନ୍ଧନର ହାରାହାରି ମୂଲ୍ୟ ଓ ବୈଦେଶିକ ମୁଦ୍ରା ମୂଲ୍ୟ ଉପରେ ଆଧାର କରି ପ୍ରତିଦିନ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସଂଶୋଧନ କରନ୍ତି ।
୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ
ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୧୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୨୬ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୬୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୯୬ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୧୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୭୦ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୨୨ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୩.୭୯ ଓ ତିଭେନ୍ଦ୍ରମରେ ୧୦୩.୪୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୮୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୪୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୯୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୪୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୯୫ ଟଙ୍କା ଦରରେ ବିକ୍ରି ହେଉଛି ।
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ଅଧିକ ପଢ଼ନ୍ତୁ:-ଜାତିସଂଘରେ ତାଲିବାନକୁ ବସାଇବାର ଦାବି ପଛରେ ପାକିସ୍ତାନର ହାତ, ଭାରତ ଏପରି ପଣ୍ଡ କଲା ପ୍ଲାନ୍
ଅଧିକ ପଢ଼ନ୍ତୁ:-କନ୍ୟାଦାନ ପରମ୍ପରା: ଭାରତୀୟ ବୈବାହିକ ରୀତିନୀତିକୁ ଚ୍ୟାଲେଞ୍ଜ କରୁଛି ଏସବୁ ବିଜ୍ଞାପନ
ଅଧିକ ପଢ଼ନ୍ତୁ:-କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ଦରମାରେ ହେବ ୮.୬ ପ୍ରତିଶତ ବୃଦ୍ଧି