• ବଙ୍ଗୋପସାଗରରେ ସକ୍ରୀୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି
  • ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା
  • ୩୦ ତାରିଖ ଯାଏ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ ଘଟଣା
  • ଅତିରିକ୍ତ SP ତଦନ୍ତ କରୁଛନ୍ତି, ସନ୍ଧ୍ୟା ସୁଦ୍ଧା ରିପୋର୍ଟ
  • କଳାହାଣ୍ଡି ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ବିଭାଗ ଓଭରସିଅର ନିଖୋଜ
  • ଗତ ୨୨ ତାରିଖ ଦିନଠାରୁ ଧନୁର୍ଜ୍ୟ ଧୋବାଙ୍କ ପତ୍ତା ମିଳୁନଥିବା ଅଭିଯୋଗ
  • ରାଜ୍ୟରେ ଦିନକରେ ଆଉ ୫୪୫ କୋରୋନା ଆକ୍ରାନ୍ତ ଚିହ୍ନଟ
  • ନୂଆପଡ଼ା ଗୋଧଁସ ଜଳପ୍ରପାତରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର
  • ଉଭୟ ଛତିଶଗଡ଼ ଠୁଆପାଣି ଅଞ୍ଚଳର ହୋଇଥିବା ଜଣାପଡିଛି

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଗତ ଶନିବାର (ଜୁଲାଇ ୧୭) ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍,  ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 25 July 2021: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଳ ଦରରେ ହ୍ରାସ ଦେଖାଦେଇଛି । ଯାହା ଫଳରେ ଆଗାମୀ ଦିନରେ ଦେଶରେ ପେଟ୍ରୋଲ ଓ ଡିଜେଲ ଦରରେ ହ୍ରାସ ଘଟିପାରେ ବୋଲି ଅନୁମାନ କରାଯାଉଛି । ସେପଟେ ବିଗତ କିଛି ଦିନ ଧରି ଦେଶରେ ତୈଳ ଦର (Fuel Price) ସ୍ଥିର ରହିଛି  । ଆଜି (ଶନିବାର) ମଧ୍ୟ ପେଟ୍ରୋଲ-ଡିଜେଲ ଦର (Petrol-Diesel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଆଜି ଲଗାତର ଅଷ୍ଟମ ଦିନ ପାଇଁ ଦେଶରେ ପେଟ୍ରୋଲ ମୂଲ୍ୟ ରେକର୍ଡ ଉଚ୍ଚ ସ୍ତରରେ ସ୍ଥିର ରହିଛି । ସେହିପରି ଲଗାତର ନବମ ଦିନ ପାଇଁ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ । ଇଣ୍ଡିଆନ ଅଏଲ କୋପୋର୍ରେଶନ ଅନୁଯାୟୀ ରବିବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୮୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ରହିଛି। ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଗତ ଶନିବାର (ଜୁଲାଇ ୧୭) ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 

ଅଧିକ ପଢ଼ନ୍ତୁ:-ଏବେ ଏହି ବିଭାଗର କର୍ମଚାରୀଙ୍କ ପାଇଁ ଖୁସି ଖବର; ମୋଦି ସରକାର ଦେଲେ ସବୁଜ ସଙ୍କେତ, ଅଗଷ୍ଟରେ ମିଳିବ ଦ୍ୱିଗୁଣା ଲାଭ ସଂପୂର୍ଣ୍ଣ ମାମଲା

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।

ଅଧିକ ପଢ଼ନ୍ତୁ:-ବ୍ୟକ୍ତିଗତ ଋଣକୁ ନେଇ RBI ଜାରି କଲା ନୂଆ ଆଦେଶ, ଜାଣନ୍ତୁ ସଂପୂର୍ଣ୍ଣ ମାମଲା

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୬୭୧ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୯୨ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୪୭  ଓ ତିଭେନ୍ଦ୍ରମରେ ୧୦୩.୮୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୯୯ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ସକାଳୁ ଉଠିବା ମାତ୍ରେ କରନ୍ତୁ ଏହିସବୁ କାମ, ଜୀବନରେ ହେବ ନାହିଁ କୌଣସି ଅସୁବିଧା

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।