• ହୀରାକୁଦ ଡ୍ୟାମ୍‌ର ୨୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଚାଲି
  • କଟକ ବଡ଼ମ୍ବା ମା’ ଭଟ୍ଟାରିକା ମନ୍ଦିର ବେଢ଼ାରେ ମହାନଦୀ ବନ୍ୟା ଜଳ
  • ମୟୂରଭଞ୍ଜ ବହଳଦା ଥାନା ଅଞ୍ଚଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ
  • ୨ ନାବାଳକ ଅଟକ, ଅନ୍ୟ ୨ ଜଣ ଗିରଫ
  • ବିଶ୍ବକର୍ମା ପୂଜାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ପାର୍ବଣ ଋତୁରେ ଭିଡ଼ ହୁଏ, ତେଣୁ ଏହି ୩ ମାସ ଗୁରୁତ୍ବପୂର୍ଣ୍ଣ’: DMET
  • ଭୁବନେଶ୍ବର ସବ୍‌କଲେକ୍ଟର ଅଫିସ ଓ ତହସିଲ ଅଫିସ ୫ ଦିନ ବନ୍ଦ
  • ଉଭୟ ଅଫିସର ୫ ଜଣ କୋଭିଡ ପଜିଟିଭ ଚିହ୍ନଟ ପରେ ଅଫିସ ବନ୍ଦ
  • ରାଜ୍ୟରେ ଦିନକରେ ଆଉ ୬୨୮ କୋରୋନା ଆକ୍ରାନ୍ତ ଚିହ୍ନଟ, ୪ ମୃତ
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍ ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଗତ ଶନିବାର (ଜୁଲାଇ ୧୭) ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍ ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 24 July 2021: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ଲଗାତର ହ୍ରାସ ଘଟିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ତୈଳ କମ୍ପାନୀଗୁଡିକ ବିଗତ ୯ ଦିନ ଧରି ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାଁନ୍ତି । ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ଏପରି ଖସିବା ଜାରି ରହେ, ତେବେ ଦେଶର ସାଧାରଣ ଜନତା ଖୁବ ଶୀଘ୍ର ଇନ୍ଧନ ମୂଲ୍ୟରେ କିଛି ମାତ୍ରାରେ ରିହାତି ପାଇପାରନ୍ତି । 

ସେପଟେ ଆଜି (ସୋମବାର) ମଧ୍ୟ ପେଟ୍ରୋଲ-ଡିଜେଲ ଦର (Petrol-Diesel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଆଜି ଲଗାତର ନବମ ଦିନ ପାଇଁ ଦେଶରେ ପେଟ୍ରୋଲ ମୂଲ୍ୟ ରେକର୍ଡ ଉଚ୍ଚ ସ୍ତରରେ ସ୍ଥିର ରହିଛି । ସେହିପରି ଲଗାତର ୧୦ ଦିନ ପାଇଁ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ । ଇଣ୍ଡିଆନ ଅଏଲ କୋପୋର୍ରେଶନ ଅନୁଯାୟୀ ରବିବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୮୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ରହିଛି। ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

ଅଧିକ ପଢ଼ନ୍ତୁ:-ରୁପା ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଗତ ଶନିବାର (ଜୁଲାଇ ୧୭) ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ଅଧିକ ପଢ଼ନ୍ତୁ:-କ'ଣ ଆପଣ ମଧ୍ୟ ମହିଳାଙ୍କୁ ସ୍ୱପ୍ନରେ ଏପରି କାର୍ଯ୍ୟ କରୁଥିବାର ଦେଖନ୍ତି? ତେବେ ଏହା ଶୁଭ ସଙ୍କେତ

ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୬୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୭୧ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୪୨  ଓ ତିଭେନ୍ଦ୍ରମରେ ୧୦୩.୮୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଏହି ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଖୁସି ଖବର, ମିଳିବ ଡବଲ ଲାଭ

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୯୭ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।