ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ`ଣ ରହିଛି ରେଟ୍
ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି ।
ନୂଆଦିଲ୍ଲୀ: Today Petrol-Diesel Rate 26 October 2021: ଆଜି (ମଙ୍ଗଳବାର) ଅର୍ଥାତ ଅକ୍ଟୋବର ୨୬ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଲଗାତର ଦ୍ୱିତୀୟ ଦିନ ଦେଶରେ ତୈଳ ଦର (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ମଙ୍ଗଳବାର ଦିଲ୍ଲୀରେ ପେଟ୍ରୋଲ ୧୦୭.୫୯ ଟଙ୍କା ଓ ଡିଜେଲ ଲିଟର ପିଛା ୯୬.୩୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।
ଏହି ରାଜ୍ୟଗୁଡ଼ିକରେ ପେଟ୍ରୋଲ ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି
ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୭.୫୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୩.୪୬ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୮.୧୧ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୪.୫୨ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮.୫୫ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୧୧.୩୪ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୧୪.୮୭ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୧୧.୨୪ ଓ ତିଭେନ୍ଦ୍ରମରେ ୧୦୯.୮୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୧୦୪.୩୯ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୧୦୪.୭୪ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୧୦୪.୭୬ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୧୦୩.୫୫ ଓ ହାଇଦ୍ରାବାଦରେ ୧୧୧.୯୧ ଟଙ୍କା ରହିଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୯୬.୩୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୧୦୪.୩୮ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୯.୪୩ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୧୦୦.୬୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୧୦୫.୦୭ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ବେଙ୍ଗାଲୁରୁରେ ଡିଜେଲ ୧୦୨.୨୩ ଟଙ୍କା ଓ ହାଇଦ୍ରାବାଦରେ ୧୦୫.୦୮ ଟଙ୍କା ଦରରେ ମିଳୁଛି । ଜୟପୁରରେ ଡିଜେଲ ମୂଲ୍ୟ ଲିଟର ପିଛା ୧୦୫.୯୫ ଟଙ୍କା ରହିଥିବା ବେଳେ ପାଟନାରେ ଏହା ୧୦୩.୧୫ ଟଙ୍କାରେ ମିଳୁଛି । ତିଭେନ୍ଦ୍ରମରେ ମଧ୍ୟ ଡିଜେଲ ମୂଲ୍ୟ ଲିଟର ପିଛା ୧୦୩.୭୭ ଟଙ୍କାରେ ପହଞ୍ଚିଛି ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ଏହା ବି ପଢ଼ନ୍ତୁ:-ଯଦି ଆପଣଙ୍କର ଅଛି LIC ର କୌଣସି ପଲିସି, ତେବେ ତୁରନ୍ତ ଏପରି ଚେକ୍ କରନ୍ତୁ ମ୍ୟାଚୁରିଟି ଓ ପ୍ରିମିୟମର ଷ୍ଟେଟସ୍
ଏହା ବି ପଢ଼ନ୍ତୁ:-ବାଇଡେନଙ୍କୁ ଧମକ ଦେଲା ଚୀନ, କହିଲା-ମୁହଁ ସମ୍ଭାଳି...
ଏହା ବି ପଢ଼ନ୍ତୁ:-ସାଧାରଣ ଜନତାଙ୍କୁ ଝଟକା! ପାର୍ବଣ ଋତୁରେ ମହଙ୍ଗା ହେଲା ଖାଇବା ତେଲ, ଜାଣନ୍ତୁ କାହାର କେତେ ବଢ଼ିଛି ଦର?
ଏହା ବି ପଢ଼ନ୍ତୁ:-ପୁଣି ଟେନସନ୍ ବଢ଼ାଇଲା କୋରୋନା, ଭାରତରେ ଚିହ୍ନଟ ହେଲା ଘାତକ ଭାରିଆଣ୍ଟ!
ଏହା ବି ପଢ଼ନ୍ତୁ:-ଘରେ କେତେ ନଗଦ ରଖିପାରିବେ ଆପଣ? ଜାଣନ୍ତୁ କାରବାର ସହିତ ଜଡିତ ପ୍ରତ୍ୟେକ ନିୟମ, ନଚେତ୍...