ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ`ଣ ରହିଛି ରେଟ୍
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ନୂଆଦିଲ୍ଲୀ: Today Petrol-Diesel Rate 3 September 2021: ଦେଶରେ ପେଟ୍ରୋଲ-ଡିଜେଲ ମୂଲ୍ୟ (Petrol Diesel Price) ପ୍ରତିଦିନ ବଦଳିଥାଏ । ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ପରିବର୍ତ୍ତନ ଅନୁଯାୟୀ ଘରୋଇ ତୈଳ କମ୍ପାନୀଗୁଡିକ ମୂଲ୍ୟରେ ହ୍ରାସ ବୃଦ୍ଧି କରନ୍ତି । ସେପ୍ଟେମ୍ବର ୩ ଅର୍ଥାତ ଶୁକ୍ରବାର ଘରୋଇ ତୈଳ କମ୍ପାନୀଗୁଡିକ ପେଟ୍ରୋଲ ଓ ଡିଜେଲର ନୂତନ ମୂଲ୍ୟ ଜାରି କରିଛନ୍ତି । ପୂର୍ବ ଦିନ ଭଳି ଆଜି ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ । ସେପ୍ଟେମ୍ବର ପ୍ରଥମ ଦିନରେ ଇନ୍ଧନ ମୂଲ୍ୟ ହ୍ରାସ କରାଯାଇଥିଲା । ପେଟ୍ରୋଲ ଓ ଡିଜେଲ ୧୫-୧୫ ପଇସା ଶସ୍ତା ହୋଇଥିଲା ।
ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ବୁଧବାର ହ୍ରାସ ପାଇଥିଲା । ଯେତେବେଳେ OPEC + ଦେଶଗୁଡ଼ିକ ଧୀରେ ଧୀରେ ବଜାରକୁ ସାମଗ୍ରୀ ଫେରସ୍ତ କରିବାର ନୀତି ବଜାୟ ରଖିବାକୁ ରାଜି ହୋଇଥିଲେ । କିନ୍ତୁ ଗୁରୁବାର ବ୍ରେଣ୍ଟ ଅଶୋଧିତ ମୂଲ୍ୟ ୧.୪୪ ଡଲାର ବୃଦ୍ଧି ପାଇ ୨ ପ୍ରତିଶତ ବୃଦ୍ଧି ପାଇ ବ୍ୟାରେଲ ପିଛା ୭୩.୦୩ ଡଲାରରେ ପହଞ୍ଚିଛି । ଏଥି ସହିତ ପଶ୍ଚିମ ଟେକ୍ସାସ ମଧ୍ୟବର୍ତ୍ତୀ (WTI) ଅଶୋଧିତ ୧.୪୦ ଡଲାର ବା ୨ ପ୍ରତିଶତ ବୃଦ୍ଧି ପାଇ ବ୍ୟାରେଲ ପିଛା ୬୯.୯୯ ଡଲାରରେ ପହଞ୍ଚିଛି ।
୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ
ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୩୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୩୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୭୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୦୮ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୧୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୮୪ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୨୭ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୩.୮୯ ଓ ତିଭେନ୍ଦ୍ରମରେ ୧୦୩.୨୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୭୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୩୩ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୮୪ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୩୮ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୭୬ ଟଙ୍କା ଦରରେ ବିକ୍ରି ହେଉଛି ।
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ଅଧିକ ପଢ଼ନ୍ତୁ:-ଗିଲାନିଙ୍କ ମୃତ୍ୟୁକୁ ନେଇ ବିଷ ଓଗାଳିଲେ ଇମ୍ରାନ ଖାନ, ଜାତୀୟ ପତାକାକୁ ଅର୍ଦ୍ଧ ନିମିତ୍ତ କଲା ପାକିସ୍ତାନ
ଅଧିକ ପଢ଼ନ୍ତୁ:-ଭାରତ ପ୍ରସଙ୍ଗରେ ପାକିସ୍ତାନକୁ ବଡ଼ ଝଟକା ଦେଲା ତାଲିବାନ
ଅଧିକ ପଢ଼ନ୍ତୁ:-ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୪୭ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ