ନୂଆଦିଲ୍ଲୀ: Today Petrol-Diesel Rate 30 September 2021: ଆଜି ଅର୍ଥାତ ସେପ୍ଟେମ୍ୱର ୩୦ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଗୁରୁବାର ଇନ୍ଧନ ମୂଲ୍ୟ (Fuel Price) ରେ ବୃଦ୍ଧି ଘଟିଛି । ଆଜି ଦେଶର ପ୍ରାୟ ସମସ୍ତ ସହରରେ ପେଟ୍ରୋଲ ଦର ପ୍ରାୟ ୨୫ ପଇସା ପ୍ରତି ଲିଟର ଓ ଡିଜେଲ ଦର ୩୦ ପଇସା ପ୍ରତି ଲିଟର ବୃଦ୍ଧି ରେକର୍ଡ କରାଯାଇଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ଗୁରୁବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୬୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ରହିଛି । ସେପଟ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ହ୍ରାସ ବୃଦ୍ଧି ରେକର୍ଡ କରାଯାଇଛି ।


COMMERCIAL BREAK
SCROLL TO CONTINUE READING

ତୈଳ ମାର୍କେଟିଂ କମ୍ପାନୀଗୁଡିକ (Oil marketing companies) ଗତ ୧୫ ଦିନରେ ଅନ୍ତର୍ଜାତୀୟ ବଜାରରେ ବେଞ୍ଚମାର୍କ ଇନ୍ଧନର ହାରାହାରି ମୂଲ୍ୟ ଓ ବୈଦେଶିକ ମୁଦ୍ରା ମୂଲ୍ୟ ଉପରେ ଆଧାର କରି ପ୍ରତିଦିନ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସଂଶୋଧନ କରନ୍ତି ।


ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୬୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୭୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୧୭ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୩୬ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୨୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୯୨ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୩୫ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୦୪ ଓ ତିଭେନ୍ଦ୍ରମରେ ୧୦୩.୬୩ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।


ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୫୨ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୨.୯୭ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୪୫ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୬୭ ଟଙ୍କା ଦରରେ ବିକ୍ରି ହେଉଛି ।


ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।


ଅଧିକ ପଢ଼ନ୍ତୁ:-ଆଧାର କାର୍ଡରେ ଲାଗିଥିବା ଫଟୋରୁ ଆପଣ ଖୁସି ନୁହଁନ୍ତି କି? ତେବେ ଆଜି ହିଁ କରନ୍ତୁ ପରିବର୍ତ୍ତନ, ଜାଣନ୍ତୁ କେମିତି


ଅଧିକ ପଢ଼ନ୍ତୁ:-କଂଗ୍ରେସକୁ ଲାଗିଲା ଆଉ ଏକ ବଡ଼ ଝଟକା, TMC ରେ ଯୋଗ ଦେଲେ ଲୁଇଜିନ୍ହୋ ଫାଲେରୋ


ଅଧିକ ପଢ଼ନ୍ତୁ:-BJP ରେ ସାମିଲ ହେବେ କ୍ୟାପଟେନ? ମିଳିପାରେ କୃଷି ମନ୍ତ୍ରୀ ପଦ


ଅଧିକ ପଢ଼ନ୍ତୁ:-୪୮ ଘଣ୍ଟା ପର୍ଯ୍ୟନ୍ତ ରହିବ ଲଘୁଚାପର ପ୍ରଭାବ, ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା