ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha958629

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଜୁଲାଇ ୧୭ରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍,  ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 6 August 2021:  ପେଟ୍ରୋଲିୟମ କମ୍ପାନୀଗୁଡିକ ଆଜି (ଶୁକ୍ରବାର) ପେଟ୍ରୋଲ ଓ ଡିଜେଲ (Petrol-Diesel Price) ର ନୂତନ ଦର ଜାରି କରିଛନ୍ତି । ଶୁକ୍ରବାର ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ । ଯାହା ପରେ ଲଗାତର ୨୦ ଦିନ ହେବ ଦେଶରେ ପେଟ୍ରୋଲ ମୂଲ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ଡିଜେଲ ମୂଲ୍ୟ ମଧ୍ୟ ବିଗତ ୨୧ ଦିନ ସ୍ଥିର ରହିଛି ।  ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୮୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଜୁଲାଇ ୧୭ରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କୁ ବଡ଼ ଝଟକା! ବର୍ତ୍ତମାନ ଟ୍ରେନରେ ମିଳିବ ନାହିଁ ଏହି ସ୍ୱତନ୍ତ୍ର ସୁବିଧା

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ଅଧିକ ପଢ଼ନ୍ତୁ:-ଭବିଷ୍ୟତରେ କୋହଲିଙ୍କ ସ୍ଥାନରେ ଏହି ୩ ଖେଳାଳି ହୋଇପାରନ୍ତି ଭାରତର ପରବର୍ତ୍ତୀ ଅଧିନାୟକ

ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୬୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୩୫ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୫୯ ଓ ତିଭେନ୍ଦ୍ରମରେ ୧୦୩.୫୫ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ପୁରୁଷଙ୍କ ପାଇଁ ଲବଙ୍ଗ ହୋଇଥାଏ ବହୁତ ଲାଭକାରୀ! ଏହି ସମୟରେ ସେବନ କଲେ ମିଳିବ ଆଶ୍ଚର୍ଯ୍ୟଜନକ ଲାଭ

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୨୫ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଦେଶରେ ଜାରି ରହିଛି କୋରୋନା ତାଣ୍ଡବ: ଦିନକରେ ୪୨ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।