ନୂଆଦିଲ୍ଲୀ: Today Petrol-Diesel Rate 6 September 2021: ଆଜି ଅର୍ଥାତ ସେପ୍ଟେମ୍ୱର ୬ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର  ଜାରି କରିଦେଇଛନ୍ତି । ସପ୍ତାହର ପ୍ରଥମ ଦିନ ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ଦ୍ୱିତୀୟ ଦିନ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ସ୍ଥିର ରହିଛି । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ସୋମବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୧୯ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୬୨ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।


COMMERCIAL BREAK
SCROLL TO CONTINUE READING

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ


ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।


ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୧୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୨୬ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୬୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୮.୯୬ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୦୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୮୦ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୫୬ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୩.୦୩ ଓ ତିଭେନ୍ଦ୍ରମରେ ୧୦୩.୪୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।


ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୧୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୭୧ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୨୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୬୧ ଟଙ୍କା ଦରରେ ବିକ୍ରି ହେଉଛି ।


ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।


ଅଧିକ ପଢ଼ନ୍ତୁ:-ପଞ୍ଜଶୀରରେ ସଂଘର୍ଷ: ୬୦୦ରୁ ଉର୍ଦ୍ଧ୍ୱ ତାଲିବାନ ଆତଙ୍କୀ ନିହତ, ୧୦୦୦ରୁ ଅଧିକ କଲେ ଆତ୍ମସମର୍ପଣ


ଅଧିକ ପଢ଼ନ୍ତୁ:-କ୍ଷମତା ପାଇଁ ତାଲିବାନ ଓ ହକ୍କାନି ନେଟୱାର୍କ ମଧ୍ୟରେ ସଂଘର୍ଷ, ଆହତ ହେଲା ମୁଲ୍ଲା ବରାଦର


ଅଧିକ ପଢ଼ନ୍ତୁ:-ଆମେରିକା ଦେଲା ଚେତାବନୀ: ବାଗ୍ରାମ ଏୟାରବେସକୁ ଅକ୍ତିଆର କରିବାକୁ ଚାହୁଁଛି ଚୀନ, ଭାରତ ବିରୋଧରେ ପାକିସ୍ତାନ କରିବ ବ୍ୟବହାର


ଅଧିକ ପଢ଼ନ୍ତୁ:-ଜାଣନ୍ତୁ ତାଲିବାନର ନେତୃତ୍ୱ ବିଷୟରେ, ବର୍ତ୍ତମାନ କାହା ପାଖରେ ରହିଛି କେଉଁ ଦାୟିତ୍ୱ...