ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 8 September 2021: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ  ମୂଲ୍ୟ (Crude Oi Price) ରେ ହ୍ରାସ ଘଟୁଛି । କିନ୍ତୁ ଏହାର ପ୍ରଭାବ ଘରୋଇ ବଜାରରେ ଦେଖିବାକୁ ମିଳୁନାହିଁ । ଆଜି ଅର୍ଥାତ ସେପ୍ଟେମ୍ୱର ୮ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର  ଜାରି କରିଦେଇଛନ୍ତି । ମଙ୍ଗଳବାର ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ଚତୁର୍ଥ ଦିନ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ସ୍ଥିର ରହିଛି । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ବୁଧବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୧୯ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୬୨ ଟଙ୍କା ରହିଛି । ସେପଟ ଦେଶର ଅନ୍ୟ ସହରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଦେଖାଦେଇଛି ।

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୧୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୨୬ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୬୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୮.୯୬ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୦୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୭୦ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୪୧ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୩.୭୯ ଓ ତିଭେନ୍ଦ୍ରମରେ ୧୦୩.୨୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୧୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୭୧ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୨୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୬୧ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଅଧିକ ପଢ଼ନ୍ତୁ:-ଏହିପରି ରାସନ କାର୍ଡରେ ଯୋଡ଼ନ୍ତୁ ନିଜ ପରିବାର ସଦସ୍ୟଙ୍କ ନାମ, ମାଗଣାରେ ମିଳିବ ଏସବୁ ସୁବିଧା

ଅଧିକ ପଢ଼ନ୍ତୁ:-କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଖୁସି ଖବର! ସରକାର ଆଉ ଏକ ଭତ୍ତାକୁ ଦେଲେ ମଞ୍ଜୁରୀ, ପ୍ରତି ମାସରେ ମିଳିବ ବର୍ଦ୍ଧିତ ଦରମା

ଅଧିକ ପଢ଼ନ୍ତୁ:-ପଞ୍ଜଶୀର ଯୁଦ୍ଧ: ରାତିର ଅନ୍ଧାରରେ ତାଲିବାନର ୫ଟି ଠିକଣା ଉପରେ କରାଗଲା ଏୟାର ଷ୍ଟ୍ରାଇକ୍, ବ୍ୟାପକ କ୍ଷୟକ୍ଷତି ସହ ଅନେକ ଆତଙ୍କୀ ନିହତ

ଅଧିକ ପଢ଼ନ୍ତୁ:-ଫିକ୍ସଡ୍ ଡିପୋଜିଟ୍ କରିଥିବା ଲୋକଙ୍କ ପାଇଁ ଜରୁରୀ ଖବର, RBI ବଦଳାଇଲା ଏହି ନିୟମ