ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement

ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Today Petrol-Diesel Rate 1st June 2022: ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 1st June 2022: ଆଜି (ବୁଧବାର) ଅର୍ଥାତ ଜୁନ ୧ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ବୁଧବାର ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି ।  ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଆଜି କୌଣସି ପରିବର୍ତ୍ତନ ଘଟିନାହିଁ ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୧.୩୫ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୪୭ ଟଙ୍କା ରହିଛି । ଗତକାଲି ମଧ୍ୟ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୪୭ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୨୮ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୫.୦୩ ଟଙ୍କାରେ ବିକ୍ରି ହେଉଛି । ସେହିପରି ଗତକାଲି ଗୋଟିଏ ଲିଟର ଡିଜେଲ ଦର ୯୫.୦୩ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ରାଜ୍ୟ ସଭା ନିର୍ବାଚନ: କଂଗ୍ରେସକୁ କ୍ରସ୍ ଭୋଟିଂର ଡର, ଦଳ ନେଲା ଏହି ବଡ଼ ପଦକ୍ଷେପ

ଏହା ବି ପଢ଼ନ୍ତୁ:-ଗୁଡ୍ ନ୍ୟୁଜ୍: ଶସ୍ତା ହେଲା LPG ସିଲିଣ୍ଡର, ଆଜିଠାରୁ ୧୩୫ ଟଙ୍କା କମ୍ ହେଲା ଦାମ୍

ଏହା ବି ପଢ଼ନ୍ତୁ:-ପ୍ରସିଦ୍ଧ ଗାୟକ କେକେଙ୍କ ନିଧନ

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।