Petrol-Diesel Price: ଆହୁରି ତଳକୁ ଖସିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?
Advertisement

Petrol-Diesel Price: ଆହୁରି ତଳକୁ ଖସିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?

Today Petrol-Diesel Rate 21 September 2022: ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ ।

Petrol-Diesel Price: ଆହୁରି ତଳକୁ ଖସିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?

ନୂଆଦିଲ୍ଲୀ: Today Petrol-Diesel Rate 21 September 2022: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଲଗାତର ହ୍ରାସ ଘଟିବାରେ ଲାଗିଛି । ମଙ୍ଗଳବାର ଅର୍ଥାତ ସେପ୍ଟେମ୍ୱର ୨୧ରେ ପୁଣି ଥରେ ଅଶୋଧିତ ତୈଳ ଦରରେ ପ୍ରାୟ ଦେଢ଼ ପ୍ରତିଶତ ଖସିଛି । ଏହା ସତ୍ତ୍ୱେ ପେଟ୍ରୋଲ-ଡିଜେଲ ଦର ପ୍ରାୟ ଚାରି ମାସ ଧରି ସ୍ଥିର ରହିଛି । ମହାରାଷ୍ଟ୍ର ଓ ମେଘାଳୟ ବ୍ୟତୀତ ଚାରି ମାସ ପୂର୍ବେ ଅନ୍ୟ ସମସ୍ତ ରାଜ୍ୟରେ ତେଲ ମୂଲ୍ୟରେ ପରିବର୍ତ୍ତନ ହୋଇଥିଲା । ସେହି ସମୟରେ କେନ୍ଦ୍ର ସରକାର ତେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରି ସାଧାରଣ ଜନତାଙ୍କୁ ବହୁତ ରିହାତି ପ୍ରଦାନ କରିଥିଲେ । ଗତ ତିନି ମାସରେ ଅଶୋଧିତ ତୈଳ ୩୦ ଡଲାର ପ୍ରତି ବ୍ୟାରେଲ ଖସିଛି ।  ଆଜି ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ପ୍ରାୟ ୯୦.୩୫ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୮୪.୪୫ ଡଲାରକୁ ପହଞ୍ଚିଛି । 

ସେପଟେ ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । 

ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ  ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୩.୧୯ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର  ୯୪.୭୬ ଟଙ୍କା ଥିଲା । 

ଅଧିକ ପଢ଼ନ୍ତୁ:-ବିଜେପି ଓ ଏକନାଥ ସିନ୍ଦେଙ୍କୁ ଜୋରଦାର ଝଟକା! ଉଦ୍ଧବ-ଏନସିପି-କଂଗ୍ରେସକୁ ମିଳିଲା ବଡ଼ ସଫଳତା

ଅଧିକ ପଢ଼ନ୍ତୁ:-କେବଳ ଗୋଟିଏ ଛକା ମାରିବା ମାତ୍ରେ ଇତିହାସ ରଚିଲେ ରୋହିତ ଶର୍ମା, ପୁଣିଥରେ ନିଜ ନାମରେ କଲେ ଏହି ବିଶ୍ୱ ରେକର୍ଡ

ଅଧିକ ପଢ଼ନ୍ତୁ:-ଏସବୁ ରୋଗ ପାଇଁ ରାମବାଣ ହୋଇଥାଏ ଅଁଳା, ଏମିତି କରନ୍ତୁ ବ୍ୟବହାର

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx